୪ର୍ଥ ପର୍ଯ୍ୟାୟରେ ରୂପାନ୍ତରିତ ହେବ ରାଜ୍ୟର ସମସ୍ତ ହାଇସ୍କୁଲ୍: ୨୦୨୩ ଡିସେମ୍ବର ସୁଦ୍ଧା କାର୍ଯ୍ୟ ସାରିବାକୁ ପରାମର୍ଶ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

"ମୋ ସ୍କୁଲ୍ ଅଭିଯାନ'ର ୪୦ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ

୫୨୯ କୋଟି ୫୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମିଳିଲା ଅନୁମୋଦନ

ଭୁବନେଶ୍ୱର: ଓଡିଶାର ୫-"ଟି' ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧୀନରେ ରୂପାନ୍ତରିତ ହୋଇଥିବା ବିଦ୍ୟାଳୟଗୁଡିକ ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚକୋଟୀର ପ୍ରଦର୍ଶନ କରୁଛନ୍ତି । ରୂପାନ୍ତରିତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜାତୀୟସ୍ତରୀୟ କ୍ରୀଡ଼ା ଓ ବିତର୍କ ପ୍ରତିଯୋଗିତାରେ ଅଂଶଗ୍ରହଣଠାରୁ ଆରମ୍ଭ କରି କୋଡିଂ, ପ୍ରୋଗ୍ରାମିଂ, ଅତ୍ୟାଧୁନିକ ଜ୍ଞାନକୌଶଳ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ନିଜକୁ ପ୍ରମାଣିତ କରିପାରୁଛନ୍ତିା ଏହି ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପିଲାମାନଙ୍କ ଦକ୍ଷତା ଓ ପ୍ରତିଭାକୁ ବିକଶିତ କରିବାରେ ସହାୟକ ହେବା ସହ ସେମାନଙ୍କ ସ୍ୱପ୍ନକୁ ବାସ୍ତବ ରୂପ ଦେଇପାରୁଛିା ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟର ସମସ୍ତ ଉଚ୍ଚ ବିଦ୍ୟାଳୟଗୁଡିକୁ ୨୦୨୩ ଡିସେମ୍ବର ସୁଦ୍ଧା ରୂପାନ୍ତରିତ କରିବାକୁ ନିଷ୍ପତ୍ତି ନେଇଛନ୍ତିା
ବିଦ୍ୟାଳୟ ଶିକ୍ଷା ସଚିବ ଅଶ୍ୱଥି ଏସ୍ଙ୍କ ସଭାପତିତ୍ୱରେ ଅନୁଷ୍ଠିତ "ମୋ ସ୍କୁଲ ଅଭିଯାନ'ର ୪୦ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଚତୁର୍ଥ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମକୁ ପ୍ରସ୍ତାବିତ ସମୟସୀମା ପୂର୍ବରୁ ଶେଷ କରିବା ନେଇ ଆଲୋଚନା ହୋଇଥିଲା । ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମର ସଫଳ ରୂପାୟନ ପରେ ଚତୁର୍ଥ ପର୍ଯ୍ୟାୟରେ ୧୫୦୦ରୁ ଊ–ର୍ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ରୂପାନ୍ତରିତ ହେବା ଫଳସ୍ୱରୂପ ରାଜ୍ୟର ସମସ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ମାର୍ଟ କ୍ଲାସ୍ରୁମ୍, ଇ-ଲାଇବ୍ରେରୀ, ଅତ୍ୟାଧୁନିକ ବିଜ୍ଞାନାଗାର, ଉନ୍ନତ କ୍ରୀଡ଼ା ଭିତ୍ତିଭୂମି, ଶିଶୁ ସୁଲଭ ସ୍କୁଲ କ୍ୟାମ୍ପସ୍ ସହ ଶୁଦ୍ଧ ପାନୀୟ ଜଳ ଓ ପୃଥକ୍ ଶୌଚାଳୟର ସୁବିଧା ପାଇପାରିବୋ
ଏହାବ୍ୟତୀତ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ସମସ୍ତ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍କୁଲ କ୍ଲବ୍ ପ୍ରଚଳନର ସମସ୍ତ ଦିଗ ଉପରେ ଆଲୋଚନା କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ମୋ ସ୍କୁଲ ଅଭିଯାନ ଏହାର ହିତାଧିକାରୀ ଓ ବିଭିନ୍ନ ଅନୁଷ୍ଠାନ ସହିତ ନିର୍ଦ୍ଧାରିତ ୪ଟି କ୍ଲବ୍ ତଥା କୌଶଳୀ, କ୍ରିଡାଙ୍ଗନା, ଜିଜ୍ଞାସା ଓ ସାହିତ୍ୟ ସୃଜନୀ କ୍ଲବ୍ ପାଇଁ ଆବଶ୍ୟକୀୟ ଶିକ୍ଷଣ ସାମଗ୍ରୀ ଏବଂ ଏହାର ଫ୍ରେମ୍ଓ୍ୱାର୍କ ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ।
ବୈଠକରେ ଓଡ଼ିଶାର ୩୦ଟି ଜିଲ୍ଲାର ମୋଟ ୫୨୯ କୋଟି ୫୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଗତ ଏକ ମାସ ମଧ୍ୟରେ ୭,୩୫୮ ପୁରାତନ ଛାତ୍ରଛାତ୍ରୀ "ମୋ ସ୍କୁଲ୍ ଅଭିଯାନ' ସହ ଯୋଡ଼ିହୋଇଛନ୍ତି । ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୬ କୋଟି ୬୬ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ବିଭିନ୍ନ ସିଏସ୍ଆର୍ ପାଣwିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍ ଅଭିଯାନକୁ ୧୬୫ କୋଟି ୫ ଲକ୍ଷ ଟଙ୍କାର ଅନୁଦାନ ଆସିଛି । ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍ଆର୍ ପାଣwି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୫୨୯ କୋଟି ୫୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ ପ୍ରଦାନ କରିଛି, ଯାହାକି ୨୪୦୨ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶରେ ବିନିଯୋଗ ହେବ । ବାଲେଶ୍ୱରରେ ସର୍ବାଧିକ ୨ କୋଟି ୪ ଲକ୍ଷ, ଗାମରେ ୬୦ ଲକ୍ଷ, କଟକରେ ୪୮ ଲକ୍ଷ ୧୩ ହଜାର, ବଲାଙ୍ଗୀରରେ ୪୭ ଲକ୍ଷ ୪୩ ହଜାର ଏବଂ ଭଦ୍ରକରେ ୩୮ ଲକ୍ଷ ୮୭ ହଜାର ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ମୋଟ ୭ ଲକ୍ଷ ୯୦ ହଜାର ପୁରାତନ ଛାତ୍ରଛାତ୍ରୀ "ମୋ ସ୍କୁଲ୍ ଅଭିଯାନ' ମାଧ୍ୟମରେ ସ୍କୁଲ୍ଗୁଡ଼ିକୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟମରେ ବିଭାଗୀୟ ଅତିରିକ୍ତ ଶାସନ ସଚିବ, ବିଭାଗୀୟ ଆର୍ଥିକ ଉପଦେଷ୍ଟା, ନିର୍ଦ୍ଦେଶକ, ଉଚ୍ଚ ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଟିଇ ଆଣ୍ଡ ଏସ୍ସିଇଆର୍ଟି ଏବଂ ମୋ ସ୍କୁଲ୍ ଅଭିଯାନ ଭାରପ୍ରାପ୍ତ ଅଧିକାରୀ ଉପସ୍ଥିତ ଥିଲେ ।

0
0
0
s2sdefault