ଓଡ଼ିଶାବାସୀ କେବେବି ମା ମାନଙ୍କ ପ୍ରତି ଏଭଳି ଅସମ୍ମାନ କୁ ବରଦାସ୍ତ କରିନାହାନ୍ତି।
ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି । ଏହି ବିଜୟ ସହ ଝାରସୁଗୁଡାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିଜେଡି ପ୍ରାର୍ଥିଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି ।
ଏ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ଯାହା କହିଛନ୍ତି ତାହା ଏହିପରି :
"ଜୟ ଜଗନ୍ନାଥ
ସମସ୍ତଙ୍କୁ ନମସ୍କାର ଓ ଜୁହାର
ଝାରସୁଗୁଡ଼ା ଉପନିର୍ବାଚନରେ, ବିଜୁ ଜନତା ଦଳର ବିପୁଳ ବିଜୟ ପାଇଁ ଆପଣମାନଙ୍କୁ ମୋର ଅଭିନନ୍ଦନ।
ଏ ବିଜୟ ଝାରସୁଗୁଡ଼ା ବାସୀଙ୍କର ବିଜୟ
ମହିଳାଶକ୍ତିର ବିଜୟ
ଏଥିପାଇଁ ଝାରସୁଗୁଡ଼ା ବାସୀଙ୍କ ନିକଟରେ ମୁଁ ଋଣୀ
ବିଜୁ ଜନତା ଦଳ ଋଣୀ
ଆମ ଦଳର, ଲକ୍ଷ ଲକ୍ଷ, କର୍ମୀ ଭାଇ ଓ ଭଉଣୀଙ୍କୁ, ଏ ବିଜୟ ପାଇଁ ମୁଁ, ଧନ୍ୟବାଦ ଜଣାଉଛି।
ଏ ଖରା, ଗରମରେ, ସେମାନଙ୍କ ପରିଶ୍ରମ ଓ ତ୍ୟାଗକୁ, ସମ୍ମାନ ଜଣାଉଛି।
ମୁଁ, ଆଜି କଥା ଦେଉଛି, ଝାରସୁଗୁଡ଼ା ଅଞ୍ଚଳର, ଉନ୍ନତି ପାଇଁ ବିଜୁ ଜନତା ଦଳ, ତାର ଉଦ୍ୟମକୁ, ଆହୁରି ଯୋରଦାର କରିବ।
ଝାରସୁଗୁଡ଼ା ପାଇଁ, ନବ ବାବୁ ଆରମ୍ଭ କରିଥିବା, ବିକାଶର ଧାରାକୁ ଆହୁରି ଆଗକୁ ନିଆଯିବ।
ପଦ୍ମପୁର ଉପ ନିର୍ବାଚନ ବେଳେ, ବିରୋଧି ଦଳ ଆମର ମା ମାନଙ୍କୁ, ଅସମ୍ମାନ କରିଥିଲେ। ପଦ୍ମପୁରରେ, ଆମର ମହିଳା ପ୍ରାର୍ଥୀଙ୍କୁ, ଖରାପ ଭାଷାରେ, ଗାଳି କରୁଥିଲେ।
ପଦ୍ମପୁର ହେଉ ବା ଝାରସୁଗୁଡ଼ା, ସବୁଠାରେ ସେମାନେ ବାପାଙ୍କୁ ହରେଇଥିବା ଝିଅ ମାନଙ୍କୁ ଗାଳି କରିଛନ୍ତି। ପ୍ରତ୍ୟେକ ଉପ ନିର୍ବାଚନ ରେ ସେମାନେ ମିଶନ ଶକ୍ତିର ନେତ୍ରୀ,ତଥା ତୃଣମୂଳ ସ୍ତରରେ କାମ କରୁଥିବା, ମାଆ ମାନଙ୍କୁ ସବୁବେଳେ ସମାଲୋଚନା କରି ଆସୁଛନ୍ତି.
ଇତିହାସ ସାକ୍ଷୀ ।
ଓଡ଼ିଶାବାସୀ କେବେବି ମା ମାନଙ୍କ ପ୍ରତି ଏଭଳି ଅସମ୍ମାନ କୁ ବରଦାସ୍ତ କରିନାହାନ୍ତି।
ଆମର ଝିଅ ମାନେ ଆମର ଗର୍ବ.
ବିଜୁ ଜନତା ଦଳ ସବୁବେଳେ, Public Lifeରେ ମା ମାନଙ୍କ ଯୋଗଦାନକୁ ଉତ୍ସାହିତ କରିଆସିଛି ।
ସେମାନଙ୍କ ଅଧିକାର ପାଇଁ ଦୃଢ଼ ଭାବରେ ସେମାନଙ୍କ କଥା କହିବା ପାଇଁ Platform Misson Sakti ଯୋଗାଇ ଦେଇଛି ।
ହାଣ୍ଡିଶାଳ ଚାରି କାନ୍ଥରୁ ସେମାନଙ୍କୁ ବାହାରକୁ ଆଣି, Mission Shakti, ସେମାନଙ୍କୁ ସଶକ୍ତ କରିଛି । Mission Shakti, ଏ Ideologyରେ, ବିଶ୍ବାସ କରେ.
ବିରୋଧି ଦଳ, ସବୁବେଳେ ମା ମାନଙ୍କ ସଶକ୍ତୀକରଣ କୁ ବିରୋଧ କରି ଆସୁଛି।
This is a dangerous trend. ଓଡିଶାବାସୀ ଏଭଳି ବ୍ୟବହାରକୁ ସବୁବେଳେ ନାପସନ୍ଦ କରି ଆସିଛନ୍ତି। Reject କରିଛନ୍ତି।
ଆସନ୍ତୁ ଆମେ ସମସ୍ତେ ମିଳିମିଶି ଓଡିଶାର ଉନ୍ନତି ପାଇଁ ଆମ democratic values ପାଇଁ ଆମ cultural dignity ଓ ମା ମାନଙ୍କ ସମ୍ମାନ, ମା ମାନଙ୍କ ଅଧିକାର ସୁରକ୍ଷା ପାଇଁ, କାମ କରିଚାଲିବା
ଧନ୍ୟବାଦ
ବନ୍ଦେ ଉତ୍କଳ ଜନନୀ"