ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜାତୀୟ ଆଇନ ସେବା ପ୍ରାଧ୍ୟାରଣଙ୍କ ନିର୍ଦେଶମତେ ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧ୍ଵକରଣ ପକ୍ଷରୁ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୭ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୫୨ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୮୦ଟି ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ.ଆଇ. ଆକ୍ଟ କେସ ୦୬ ଟି ଏବଂ ବିବାହଜନିତ ୦୫ଟି ମାମଲା ଫଇସଲା କରାଯାଇଥିଲା । ବ୍ୟାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୭୮ ଜଣ ଋଣ ଗ୍ରହିତାଙ୍କଠାରୁ Rs. ୩୪,୪୧,୧୯୨.୦୦ ଟଙ୍କା ଦେବା ପାଇଁ ରାଜିନାମା ସ୍ୱାକ୍ଷରିତ
କରାଯାଇଥିଲା । ୧୫୨୫ ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୮,୦୬,୬୪୮,୦୦ ଟଙ୍କା ଆଦାୟ କରାଯାଇଥିଲା । ଅନ୍ୟାନ୍ୟ ଫୌଜଦାରୀ ୯୯ମାମଲା ଫଇସଲା କରାଯାଇ ୧୮୦୦ ଟଙ୍କା ଆଦାୟ କରଯାଇଥିଲା । ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ରୂପଶ୍ରୀ ଚୌଧୁରୀ, ପରିବାର ଅଦାଲତ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଲିଲି ସେନାପତି, ବରିଷ୍ଠ ଦେୱାନି ଅଦାଲତ ବିଚାରପତି ଅମିତାଭ ପଣ୍ଡା, ବରିଷ୍ଠ ଦେୱାନି ବିଚାରପତି (ଏଲ. ଆର. ଆଣ୍ଡ ଏଲ. ଟି. ଭି.) ପବିତ୍ରାନନ୍ଦ ପ୍ରଧାନ, ଉପଖଣ୍ଡ ଫୌଜଦାରୀ ବିଚାରପତି ସୌଭାଗ୍ୟ ରଞ୍ଜନ ପ୍ରଧାନ, ଜେ.ଏମ. ଏଫ.ସି ସାବିତ୍ରୀ ଦାସ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ, ଜିଲ୍ଲା ଆଇନ ସେବା ପ୍ରାଧ୍ୟାକରଣ ସଚିବ ବିଶେଷ କୁମାର ସାହୁ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ ( ମହିଳା ଅଦାଲତ) ଡଃ ରୀନତି ମିଶ୍ର ଉପସ୍ଥିତ ଥିଲେ । ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା ୦୯.୦୯.୨୦୨୩ ରିଖ ଦ୍ଵିତୀୟ ଶନିବାର ପୁନଶ୍ଚ ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ପ୍ରାଧ୍ଵକରଣ ର ସଚିବ ଶ୍ରୀ ବିଶେଷ କୁମାର ସାହୁ ଜନ ସାଧାରଣଙ୍କୁ ସୂଚନା ଦେବା ସହ ଏହାର ସୁଫଳ ନେବାକୁ ପରାମର୍ଶ ପ୍ରଦାନ କରିଥିଲେ ।
ରାଜ୍ୟ
ନୟାଗଡ଼ରେ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
- Hits: 208











