ଭୁବନେଶ୍ୱର,: ଆଜି ଶପଥ ନେଇଛନ୍ତି ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟିକା ସୁଶ୍ରୀ ଦିପାଳୀ ଦାସ | ଓଡ଼ିଶା ବିଧାନସଭାରେ କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ ଆଜି ତାଙ୍କୁ ବିଧାୟିକା ଭାବେ ଶପଥ ଗ୍ରହଣ କରାଇଛନ୍ତିା
ପ୍ରକାଶଯୋଗ୍ୟ ଯେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର ଆସୀନ ସଦସ୍ୟ ନବକିଶୋର ଦାସଙ୍କର ଅକାଳ ବିୟୋଗ ଯୋଗୁଁ ଏହି ବିଧାନସଭା ଆସନଟି ଖାଲି ରହିଥିଲାା
ଚଳିତ ମାସ ୧୦ ତାରିଖ ଦିନ ଏହି ଆସନ ପାଇଁ ଅନୁଷ୍ଠିତ ଉପନିର୍ବାଚନରେ ଦିପାଳୀ ଦାସ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲୋ ବିଧାନସଭା ପକ୍ଷରୁ ଆୟୋଜିତ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଶ୍ରୀ ପ୍ରଣବ ବଳବନ୍ତରାୟ, ଶ୍ରୀ ସୁଶାନ୍ତ କୁମାର ରାଉତ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ବିଧାୟିକା ଦିପାଳୀ ଦାସଙ୍କ ପରିବାରବର୍ଗ ଏବଂ ବିଧାନସଭାର ଅନ୍ୟ ପଦାଧିକାରୀଙ୍କ ସମେତ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲୋ











