ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷଠାରେ ପ୍ରାକୃତିକ ବିପର୍ଯ୍ୟୟ ଜନିତ ଜିଲ୍ଲା ସ୍ତରୀୟ ବୈଠକ ଲାଇନ୍ ବିଭାଗୀୟ ଅଧିକାରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ , ପାରଳା ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ,କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଏମ.ସୁଧାରାଣୀ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବାମଦେବ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ ଓ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଜରୁୀକାଳୀନ ଅଧିକାରୀ ଶ୍ରୀ ପ୍ରଭାସ ବେହୁରା ପରିଚାଳନା କରି ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ସମ୍ପର୍କରେ ବିଭିନ୍ନ ବିଭାଗର ପ୍ରସ୍ତାବ ଉପସ୍ଥାପନା କରିଥିଲେ।
ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମିଞ୍ଜ କହିଥିଲେ ଯେ ଗଜପତି ଜିଲ୍ଲାର ପ୍ରାକୃତିକ ବିପର୍ଯ୍ୟୟ କିପରି ମୁକାବିଲା କରିବାକୁ ହେବ ଏବଂ ଯାହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ବଦା ସତର୍କ ରହିବା ଆବଶ୍ୟକ ବୋଲି କହିବା ସହ ପ୍ରଶାସନ ସର୍ବଦା ସରକାରଙ୍କ ନିର୍ଦ୍ଦେଶନାମାକୁ ପାଳନ କରି ପୂର୍ବପ୍ରସ୍ତୁତି ଓ ସଫଳତାର ସହ ମୁକାବିଲା କରିବାରେ ବହୁ ଦୃଷ୍ଟାନ୍ତ ରହିଛି ବୋଲି କହିବା ସହ ପ୍ରାକୃତିକ ବିପର୍ଯ୍ୟୟ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀମାନେ କିପରି ପ୍ରସ୍ତୁତି କରିଛନ୍ତି ସେ ବିଷୟରେ ସବିଶେଷ ବିବରଣୀ ଉପରେ ଆଲୋଚନା କରିଥିଲେ।
ସେହିପରି ଅପହଞ୍ଚ ଅଞ୍ଚଳରେ କିରୋସିନ , ମହମବତୀ , ଦିଆସିଲି ଏବଂ ଶୁଖିଲାଖାଦ୍ୟ ଆଦି ମହଜୁଦ ରଖିବାକୁ ଯୋଗାଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବ୍ଲକ , ତହସିଲ ଓ ସହର ଅଞ୍ଚଳ ସ୍ତରରେ ପ୍ରଚୁର ପରିମାଣରେ ରିଲିଫ ସାମଗ୍ରୀ , ବନ୍ୟା ସମୟରେ ପ୍ରସୂତି ମହିଳାଙ୍କ ପାଇଁ ସ୍ଥାନାନ୍ତରିଣ ଓ ଚିକିତ୍ସା ଯୋାଇଦେବା ଉପରେ ଗୁରୁତ୍ବ ଦିଆଯାଇଛି।
ସେହିପରି କ୍ଷୁଦ୍ର ଜଳସେଚନ ବିଭାଗ , ଜିଲ୍ଲା ଯୋଗାଣ ବିଭାଗ , ପୂର୍ତ୍ତ ବିଭାଗ , ଜନସ୍ୱାସ୍ଥ୍ୟ ବିଭାଗ , ଗ୍ରାମ୍ୟ ପରିମଳ ଓ ଜଳଯୋଗାଣ ବିଭାଗ , ସ୍ୱାସ୍ଥ୍ୟ ବିଭାଗ , ବନ ବିବାଗ, ପ୍ରାଣୀ ସମ୍ପଦ ବିଭାଗ ଏବଂ ବିଦ୍ୟୁତ, ଟେଲିକମ୍ ବିଭାଗ ପ୍ରଭୃତି ବିଭାଗ ଗୁଡିକ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ନିଜ ନିଜର ଦାୟିତ୍ୱ ସମ୍ପର୍ଣ୍ଣ କରିବେ ସେ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ମୁଖ୍ୟତଃ ଏନ୍ଡିଆର୍ଏଫ , ଓଡ୍ରାଫ ଓ ଅଗ୍ନିଶମ ବିଭାଗର ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗୁରୁଦାୟିତ୍ୱ ରହିଥିବା ବେଳେ ସେମାନେ ଧନଜୀବନକୁ ରକ୍ଷା କରିବାପାଇଁ ସର୍ବଦା ପ୍ରସ୍ତୁତ ହୋଇ ରହିବା ଆବଶ୍ୟକ ବୋଲି କୁହାଯାଇଥିଲା। ସେହିପରି ଆଞ୍ଚଳିକ ପରିବହନ ବିଭାଗ କିପରି ବିପର୍ଯ୍ୟୟ ସମୟରେ ବିଭିନ୍ନ ଯାତ୍ରୀବାହୀ ଓ ମାଲବଝୋଇ ଗାଡି ପ୍ରସ୍ତୁତି କରି ରଖିବେ ସେଥିପ୍ରତି ଦୃଷ୍ଟି ଆକର୍ଷଣ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ବିଡ଼ିଓ , ତହସିଲଦାର , ପାରଳାଖେମୁଣ୍ଡି ଓ କାଶୀନଗର କାର୍ଯ୍ୟନିର୍ବାହୀ ଅଧିକାରୀ ସମେତ ଜିଲ୍ଳାର ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀ ଗଣ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀ ପ୍ରଭାସ ବେହୁରା ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ଶତପଥୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ରାଜ୍ୟ
ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ
- Hits: 236











