ହେଡଲାଇନସ୍:

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା: ଦୂର୍ଘଟଣା ସ୍ଥଳରେ ତୁରନ୍ତ ପହଞ୍ଚିବା ପାଇଁ ରାଜସ୍ବମନ୍ତ୍ରୀ ଓ ଏସଆରସିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ବାଲେଶ୍ୱର ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ବିଷୟରେ ଅବଗତ ହେବାପରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଦୂର୍ଘଟଣା ସ୍ଥଳରେ ତୁରନ୍ତ ପହଞ୍ଚିବା ପାଇଁ ରାଜସ୍ବମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁଙ୍କୁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଏକ ଟୁଇଟରେ କହିଛନ୍ତି ଯେ " ବାଲେଶ୍ୱର ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ବିଷୟରେ ଜାଣି ମୁଁ ଚିନ୍ତିତ। ଏହା ବାସ୍ତବରେ ଅତ୍ୟନ୍ତ ମର୍ମନ୍ତୁଦ ଦୁର୍ଘଟଣା। ଘଟଣାସ୍ଥଳକୁ ରାଜସ୍ୱ ମନ୍ତ୍ରୀ ଓ ଏସଆରସି ଗସ୍ତ କରି ସମସ୍ତ କାର୍ଯ୍ୟର ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛି। ସମସ୍ତଙ୍କୁ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରାଯିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।"

0
0
0
s2sdefault