ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍.ଆନନ୍ଦ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି , କତଲକଇଠା , ବାଘଶାଳା, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୬୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୧୯ ଗୋଟି ଓ ୪ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣୀ ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା ,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା , ପ୍ରକଳ୍ପ ପ୍ରଶାସକ ଶ୍ରୀ ଫାଲଗୁନି ମାଝୀ , ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର , ଜନ ଅଭିଯୋଗ ଶୁଣାଣୀ ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault