ହେଡଲାଇନସ୍:

ଯାଜପୁର ରୋଡ ଷ୍ଟେସନରେ କଟି ଛ୍ଅ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର : ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ଛ୍ଅ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି |

ଏହି ଦୁର୍ଘଟଣାରେ ଆହତ ଦୁଇ ଜଣ ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି |

0
0
0
s2sdefault