ହେଡଲାଇନସ୍:

​ରେଳ ମନ୍ତ୍ରୀଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର:ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ 19 ଜୁନ୍ 2023 ରୁ ତିନି ଦିନିଆ ଗସ୍ତରେ ଓଡିଶା ଆସିବେ। ତାଙ୍କ ଗସ୍ତ ସମୟରେ ଶ୍ରୀ ବୈଷ୍ଣବ ୧୯ ତାରିଖ ସନ୍ଧ୍ୟାରେ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳ ଷ୍ଟେସନ ନିରୀକ୍ଷଣ କରିବା ସହ ତୀର୍ଥଯାତ୍ରୀଙ୍କ ପାଇଁ ଆୟୋଜନ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥା ସମୀକ୍ଷା କରିବେ |

ଜୁନ ୨୦ ତାରିଖ ପୂର୍ବାହ୍ନରେ ଶ୍ରୀ ବୈଷ୍ଣବ ପୁରୀରେ ରଥ ଯାତ୍ରା ପରିଦର୍ଶନ କରିବା ପରେ ବାଲେଶ୍ୱର ଜିଲ୍ଲା ବାହାନାଗା ବଜାରକୁ ଯାଇ ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା ହେବେ |

ସେ ମଧ୍ୟ ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଏବଂ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ। ଏହା ବ୍ୟତୀତ ଶ୍ରୀ ବୈଷ୍ଣବ ବାଲେଶ୍ୱର ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହିତ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ |

0
0
0
s2sdefault