ହେଡଲାଇନସ୍:

ରଥଯାତ୍ରା ପାଳନ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତିକ ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରଥଯାତ୍ରା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମ ଆସନ୍ତା ୨୮ତାରିଖ ତଥା ପବିତ୍ର ବାହୁଡା ଯାତ୍ରା ପର୍ଯ୍ୟନ୍ତ ଦେବସ୍ନାନ ମଣ୍ଡପରେ ସନ୍ଧ୍ୟା ୭ ଘଣ୍ଟା ଠାରୁ ୯ ଘଟିକା ସମୟ ମଧ୍ୟରେ ପରିବେଷଣ କରାଯିବ ବୋଲି ସୂଚନା ପ୍ରଦାନ କରାଯାଇଛି ।
ପ୍ରଥମ ସନ୍ଧ୍ୟାରେ ଗଜପତି ଜିଲ୍ଲାପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ ।
ଜିଲ୍ଲାପରିଷଦ ସଭାପତି ଶ୍ରୀ ରାଓ ନିଜ ବକ୍ତବ୍ୟରେ କହିଥିଲେ ଯେ, ନୃତ୍ୟ ଓ ସଂଗୀତ ଜଗନ୍ନାଥ ସଂସ୍କୃତି ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ , ସେହି ପ୍ରଥାକୁ ସମ୍ମାନ ଜଣେଇ ଆମେ ଏହି ପ୍ରୟାସ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ପାରଳା ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ,ସଙ୍ଗୀତ ଗୁରୁ ରଘୁନାଥ ପାତ୍ର , ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।
ପ୍ରଥମ ସନ୍ଧ୍ୟାରେ ପାରଳାର ଅଗ୍ରଣୀ ଅନୁଷ୍ଠାନ ଶ୍ରୀ ଜଗନ୍ନାଥ ଓଡିଶୀ କଳା କେନ୍ଦ୍ରର କୁନି ପିଲାମାନେ ଓଡିଶୀ ନୃତ୍ୟ ପରିବେଶଣ କରିଥିଲେ । ଏପରି ଏକ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦେଖିବା ପାଇଁ ପ୍ରବଳ ଭିଡ ଜମିଥିଲା।

0
0
0
s2sdefault