ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

 ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍.ଆନନ୍ଦ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି , କଥଳକଇଠା , ବାଘଶାଳା , ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୯୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୪ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୧୩ ଗୋଟି ଓ ୨୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫୦୦୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସ୍ତା ନିର୍ମାଣ , ରାସନ କାର୍ଡ , ଶିକ୍ଷା , ବ୍ୟାଙ୍କ ଲୋନ , ମଧୁବାବୁ ପେନସନ ଯୋଜନା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର , ତହସିଲଦାର ଶ୍ରୀ ନାରାୟଣ ବେହେରା , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ନୀଳମାଧବ ମାଝୀ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

0
0
0
s2sdefault