ହେଡଲାଇନସ୍:

"ଇର୍ଷାରେ ଜଳିଯାଉଛନ୍ତି ବିରୋଧୀ, ଲୋକଙ୍କ ପାଖରେ ପ୍ରଶାସନ ପହଁଚିଲେ ଏମାନଙ୍କ ଛାତିରେ ଛନକା ପଶି ଯାଉଛି"

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  •     ପୃଥିବୀର କୌଣସିଶକ୍ତି ଅଟକାଇ ପାରିବେ ନାହିଁ

  •  ଲୋକଙ୍କ ପାଖକୁ ଯାଇ ସମସ୍ୟା ସମାଧାନକୁ ବିରୋଧ କାହିଁକି

  •  ଲୋକଙ୍କ ଦୁଆରମୁହଁକୁ ଯାଉଛିମୁଖ୍ୟମନ୍ତ୍ରୀଙ୍କ ଦପ୍ତର

  •  ଶୀତତାପ ନିୟନ୍ତ୍ରିତ କୋଠରୀରେ ବସିଥିବା ଲୋକେ ଏହା ବୁଝିପାରୁ ନାହାନ୍ତି


ଭୁବନେଶ୍ୱର,:ଭୁବନେଶ୍ୱରର ଶୀତତାପ ନିୟନ୍ତ୍ରିତ ଚାମ୍ବରରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ, ଗାଁଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁକି? କାହିଁକି କିଛି ଲୋକ ଏଭଳି ପଦକ୍ଷେପ ଉପରେ କ୍ରୋଧିତ ଏବଂ ଈର୍ଷାନ୍ୱିତ ହେଉଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ।
ଆଜି ଏଠାରେ ଶ୍ରୀମତୀ ସାହୁ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରଶାସନକୁ ସେମାନଙ୍କ ଦୁଆର ମୁହଁକୁ ନେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଶ୍ୱାସ କରନ୍ତି, ତେଣୁ ମୁଖ୍ୟମନ୍ତ୍ରୀ ତାଙ୍କ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟକୁଲୋକଙ୍କ ନିକଟରେ ପହଞ୍ଚାଇବାକୁ ପଠାଇଛନ୍ତି । ଏଭଳି ପଦକ୍ଷେପ ଯୋଗୁଁ ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ, ନବରଙ୍ଗପୁରଏବଂ ଅନ୍ୟାନ୍ୟ ଜିଲ୍ଲାର ହଜାରହଜାର ଲୋକଙ୍କ ସମସ୍ୟାର ସମାଧାନ ହୋଇପାରିବ ।
ଶୀତତାପ ନିୟନ୍ତ୍ରିତ ଚାମ୍ବରରେ ବସି ଶାସନ କରିବାକୁ ଅଭ୍ୟସ୍ତ ଲୋକମାନେଏହି ଅଭିନବ ପଦକ୍ଷେପକୁ ବୁଝିପାରିବେ ନାହିଁ । ମାଲକାନଗିରିର ଲୋକମାନେ ଭୁବନେଶ୍ୱର ପର୍ଯ୍ୟନ୍ତ ଆସି ସେମାନଙ୍କ ଅଭିଯୋଗ ଜଣାଇବା ସମ୍ଭବ ନୁହେଁ ।
ଯେଉଁମାନେ ରାଜନୀତିରେ ନବାଗତ ଅଟନ୍ତି ଏବଂ ଲୋକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ ନୁହଁନ୍ତି ସେମାନେ ଏହା ବୁଝିପାରିବେ ନାହିଁ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କ ନିକଟକୁ ଯାଇ ସେମାନଙ୍କୁ ଭେଟିବା ଏବଂ ସେମାନଙ୍କ ସମସ୍ୟାକୁ ଶୁଣିବା ଏବଂ ସମାଧାନ କରିବାକୁ ପୃଥିବୀର କୌଣସିଶକ୍ତି ଅଟକାଇ ପାରିବେ ନାହିଁ ବୋଲିଶ୍ରୀମତୀସାହୁକହିଛନ୍ତି ।

0
0
0
s2sdefault