ହେଡଲାଇନସ୍:

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ଧଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜଗତସିଂହପୁର,ତା-୧୭.୦୭.୨୦୨୩/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ମନରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀ, ଭା.ପ୍ର.ସେ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୧୦୭ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥ‌ିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କୀୟ ୯୮ ଗୋଟି ଅଭିଯୋଗ, ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ ଗ୍ରାମ୍ୟ ସମସ୍ୟା ସଂପର୍କୀୟ ୯ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ କାର୍ଡ ସମସ୍ୟା ସଂପର୍କୀୟ ୩ ଟି, ଆବାସ ଯୋଜନା ସମସ୍ୟା ସଂପର୍କୀୟ ୫ଟି, ଜମିଜମା ସମସ୍ୟା ସଂପର୍କୀୟ ୨୫ ଟି, ରେଡ୍ କ୍ରସ୍ ପାଣ୍ଠିରୁ ସହାୟତା ପାଇବା ପାଇଁ ୪ ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇବା ପାଇଁ ୩ ଟି, ଭତା ସମସ୍ୟା ସଂପର୍କୀୟ ୫ ଟି, ପୋଲିସ ସହାୟତା ସଂପର୍କୀୟ ୨ଟି ଏବଂ ଅନ୍ୟାନ୍ୟ ୩୬ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୫ ଟି ଅଭିଯୋଗର ତତ୍‌କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି.ଆର, ଜିଲ୍ଲା ପରିଷଦର ମୁଖ୍ୟ ବିକାଶ-ତଥା-ନିର୍ବାହୀ ଅଧିକାରୀ ଶ୍ରୀ ରୁଦ୍ର ନାରାୟଣ ଦାଶ, ଉପ-ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଉପଖଣ ଆରକ୍ଷୀ ଅଧ୍ୟକ୍ଷକ ଶ୍ରୀ ରମେଶ ଚନ୍ଦ୍ର ସିଂ,ଗୋଷ୍ଠି ଉନ୍ନୟନ ଅଧିକାରୀ, ଜଗତସିଂହପୁର ଶ୍ରୀ ଅଜୟ କୁମାର ବେହେରା, ଜିଲ୍ଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ , ବ୍ଲକସ୍ଥରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣି କରିଥିଲେ ।

0
0
0
s2sdefault