ଓଡ଼ିଶା ରାଜ୍ୟ ପାନୀୟ ନିଗମ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ କୋଟି ଟଙ୍କା ଦାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର-  ଓଡ଼ିଶା ରାଜ୍ୟ ପାନୀୟ  ନିଗମ ଲିମିଟେଡ ( ଓଏସବିସିଏଲ)  ପକ୍ଷରୁ ଆଜି  ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ରାଜ୍ୟ ପର୍ଯ୍ୟଟନ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାରଙ୍କ ଉପସ୍ଥିତିରେ ରାଜ୍ୟ ପଂଚାୟତିରାଜ ଓ ପାନୀୟ ଜଳ ଏବଂ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ତଥା ଓଏସବିସିଏଲ ର ଅଧ୍ୟକ୍ଷ ଶ୍ରୀ ସୁଶୀଲ କୁମାର ଲୋହାନୀଙ୍କ ଠାରୁ  ଲୋକସେବା ଭବନରେ ଏହି ଅର୍ଥ  ଚେକ୍ ଆକାରରେ ଗ୍ରହଣ କରିଥିଲେ । ଏହି  ସମୟରେ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରସନ୍ନ କୁମାର ଷଡଙ୍ଗୀ, ମୁଖ୍ୟ ପରିଚାଳକ (ସିଜେଏମ୍) ଶ୍ରୀ ମାନସ ରଞ୍ଜନ ସ୍ୱାଇଁ ଉପସ୍ଥିତ ଥିଲେ ।

0
0
0
s2sdefault

 

 

 

 

 

 

 

 

 

 

 

 

 

 

  

 

 

/*H3X_UIHVRK*/