ହେଡଲାଇନସ୍:

ମୋ ଡାଏରୀ ଓ ଷ୍ଟୁଡେଣ୍ଟ୍ ନୋଟ୍ ବୁକ୍ ବିତରଣ କାର୍ଯ୍ୟକ୍ରମ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଗୁରୁବାର ଦିନ ମୋ ଡାଏରୀ ୨୦୨୩ -୨୪ ନିମନ୍ତେ ଷ୍ଟୁଡେଣ୍ଟ୍ ନୋଟ୍ ବୁକ୍ , ମୋ ପ୍ରୋଜେକ୍ଟ ନୋଟ୍ ବୁକ୍ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାରେ ସମସ୍ତ ୮୮୦ ଗୋଟି ସରକାରୀ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ବଣ୍ଟନ କରାଯାଇଛି। ଗଜପତି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ବିଦ୍ୟାଳୟରେ ସକାଳ ୯ ଘଟିକା ସମୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ , ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା , ଅଭିଭାବକ , ସ୍ଥାନୀୟ ଜନପ୍ରତିନିଧିଙ୍କ ଉପସ୍ଥିତିରେ ମୋ ଡାଏରୀ ଓ ଷ୍ଟୁଡେଣ୍ଟ୍ ନୋଟ୍ ବୁକ୍ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମର ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ନିଜେ ତଦାରଖ କରିଥିଲେ। ସେ କାଶୀନଗର ବ୍ଲକ ଅନ୍ତର୍ଗତ ରାଣୀପେଣ୍ଠ ସରକାରୀ ଉଚ୍ଚ ବିଦ୍ୟାଳୟ , ବଂଶଧାରା ଉଚ୍ଚ ବିଦ୍ୟାଳୟ ଓ ଅନ୍ୟାନ୍ୟ ବିଦ୍ୟାଳୟକୁ ପରିଦର୍ଶନରେ ଯାଇ ଏହି ବିତରଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେହିପରି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକ ମଧ୍ୟ ରା.ଉଦୟଗିରି ବ୍ଲକର ବିଭିନ୍ନ ବିଦ୍ୟାଳୟ ବୁଲି ଦେଖିଥିଲେ।

0
0
0
s2sdefault