ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରମାନଙ୍କୁ ତୃତୀୟ ପର୍ଯ୍ୟାୟ ନିର୍ବାଚନ ତାଲିମ ପ୍ରଦାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ରାଜ୍ୟର ୮୫ ଜଣ ବରିଷ୍ଠ ଓ ଦକ୍ଷ ପ୍ରଶାସନିକ ଅଧିକାରୀମାନଙ୍କୁ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର ଭାବେ ଆଜି ଗୋପବନ୍ଧୁ ପ୍ରଶାସନିକ ପ୍ରତିଷ୍ଠାନଠାରେ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି । ଦୁଇଦିନିଆ ଏହି ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଓ ନିଷ୍ଠାର ସହ ତାଲିମ ଗ୍ରହଣ କଲେ ନିର୍ବାଚନ ପରିଚାଳନା କାର୍ଯ୍ୟ ସୁଗମ ଓ ସରଳ ହୋଇପାରିବ ବୋଲି ଉପସ୍ଥିତ ଥିବା ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କ ଉଦ୍ଦେଶ୍ୟରେ ତାଙ୍କ ସଂକ୍ଷିପ୍ତ ଅଭିଭାଷଣରେ କହିଥିଲେ ।

ପ୍ରକାଶଥାଉ କି ଏହି ଅଧିକାରୀମାନେ ଅନ୍‌ଲାଇନ୍ ମାଧ୍ୟମରେ ପ୍ରଥମ ପର୍ଯ୍ୟାୟ ତାଲିମ ଓ ଦିଲ୍ଲୀ ଯାଇ ସେଠାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ତାଲିମ ଗ୍ରହଣ କରିଛନ୍ତି । ଏଠାରୁ ତୃତୀୟ ପର୍ଯ୍ୟାୟ ତାଲିମ ଗ୍ରହଣ ପରେ ସେମାନେ ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତ ସ୍ତରରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରିବେ । ବିଷୟଭିଭିକ ଏହି ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ନାମାଙ୍କନ ପତ୍ର ଦାଖଲ, ନାମାଙ୍କନ ପତ୍ର ଯାଞ୍ଚ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାର, ଜିଲ୍ଲା ନିର୍ବାଚନ ପରିଚାଳନା ଯୋଜନା, ପୁଲିଙ୍ଗ୍ ଦଳ ଓ ଭୋଟଗ୍ରହଣ ପାଇଁ ବ୍ୟବସ୍ଥା, ମତଦାନ କେନ୍ଦ୍ର, ଆଦର୍ଶ ଆଚରଣବିଧ, ନିର୍ବାଚନ ଖର୍ଚ୍ଚ ତଦାରଖ, ଗଣମାଧ୍ୟମ ଅଭିଯୋଗ, ଏମ୍‌ସିଏମ୍‌, ପେଡ୍ ନ୍ୟୁଜ, ଭୋଟର ତାଲିକା: ସୁଇପ୍ କାର୍ଯ୍ୟକ୍ରମ, ଇଭିଏମ୍, ଭିଭିପ୍ୟାଟ୍, ନିର୍ବାଚନ ସାମଗ୍ରୀ, ପୋଷ୍ଟାଲ ବାଲାଟ, ଭୋଟ ଗଣତି ଓ ନିର୍ବାଚନ ଫଳାଫଳ ଘୋଷଣା ଇତ୍ୟାଦି ସଂପର୍କରେ ବିସ୍ତୃତ ଭାବରେ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି । ଜାତୀୟ ସ୍ତରୀୟ ମାଷ୍ଟର ଟ୍ରେନର ଭାବେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଶତ୍ରୁଘ୍ନ କର, ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ମୁଖ୍ୟ ପ୍ରବନ୍ଧକ ଶ୍ରୀ ସବ୍ୟସାଚି ହୋତା, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସଂଘମିତ୍ରା ଶତପଥୀ, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

0
0
0
s2sdefault

 

 

 

 

 

 

 

 

 

 

 

 

 

 

  

 

 

/*H3X_UIHVRK*/