ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ମହେନ୍ଦ୍ରଗଡ଼ ସମେତ ଶିଆଳିଲଟି, ଛେଳିଗଡ଼ ଓ ଛେଳାଗଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୩୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୪ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୮୧ ଓ ୪ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
ଚାରି ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ କୋଡ଼ିଏ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା , ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚାୟତ ୩୦ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରଫରୁ ୧୪ ଜଣଙ୍କୁ ପେନସନ ପ୍ରଦାନ କରାଯାଇଛି। ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୋହନା ବିଧାୟକ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ , ଆର୍.ଉଦୟଗିରୀ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀ ନାରାୟଣ ଶବର , ସ୍ଥାନୀୟ ସରପଞ୍ଚ ଶ୍ରୀମତୀ କୁମୁଦିନୀ ଗମାଙ୍ଗ , ଆର୍.ଉଦୟଗିରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରିମେନ ଖାର୍ସେଲ , ତହସିଲଦାର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 283








