ହେଡଲାଇନସ୍:

ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲାରେ ପ୍ରସ୍ତୁତି ବୈଠକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ରାଉରକେଲା,୨୭ ଜୁଲାଇ ୨୦୨୩(ବସନ୍ତ କୁମାର ଜେନା): ୭୭ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଆଇଟିଡିଏ ସମ୍ମିଳନୀ କକ୍ଷ ଠାରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ରାଉରକେଲା ମହାନଗର ନିଗମର ଆୟୁକ୍ତ ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଵୈଠକରେ ଚଳିତ ବର୍ଷ ରାଉରକେଲାଠାରେ ମହାସମାରୋହ ତଥା ଶାନ୍ତି ପୂର୍ଣ୍ଣ ଭାବରେ ସ୍ବାଧୀନତା ଦିବସ ପାଳନ କରିବାକୁ ଅତିରିକ୍ତ ଜିଲ୍ଲାପାଳ ଗୁରୁତ୍ବ ଦେଇଥିଲେ।
ଆଜିର ଏହି ବୈଠକ ରେ ଆନୁଷଙ୍ଗିକ ବ୍ୟବସ୍ଥା, ଯଥା ପ୍ୟାରେଡ ପଡିଆରେ ସାଜସଜ୍ଜା, ସଫେଇ, ପାନୀୟ ଜଳ ଯୋଗାଣ, ଅଭ୍ୟାସ ପ୍ୟାରେଡ , ଟ୍ରାଫିକ ନିୟନ୍ତ୍ରଣ, ସହରରେ ଥିବା ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ବ୍ୟବସ୍ଥା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା। ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀମାନଙ୍କୁ ଏହି କାର୍ଯ୍ୟ ସମ୍ପାଦନା ଉପରେ ଗୁରୁତ୍ବ ଦେବା ପାଇଁ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ନିର୍ଦ୍ଦେଶ ଦେଇଛନ୍ତି।

୧୫ଅଗଷ୍ଟ ଦିନ ପ୍ରାତଃକାଳ ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଡାକ ବାଜି ଯନ୍ତ୍ର ଯୋଗେ ସକାଳ ୫ ଘଟିକା ସମୟରେ ରାମଧୂନ ପରିବେଷଣ କରାଯିବା ସହ ସମସ୍ତ ବିଦ୍ୟାଳୟ ର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପ୍ରଭାତ ଫେରୀ କରିବାକୁ ନିଷ୍ପତ୍ତି ଗ୍ରହଣ କରା ଯାଇଛି। ସକାଳ ୭.୩୦ ମିନିଟ ସମୟରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ ଅନୁଷ୍ଠାନ, ଶିକ୍ଷା ଅନୁଷ୍ଠାନମାନଙ୍କରେ ଅନୁଷ୍ଠାନର ମୁଖ୍ୟଙ୍କ ଦ୍ବାରା ଜାତୀୟ ପତାକା ଉତ୍ତୋଳନ କରାଯିବ। ସ୍ଥାନିୟ ଉଦିତନଗର ପଡିଆ ଠାରେ ସକାଳ ୯.୧୫ ଘଟିକା ସମୟରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବେ ଏବଂ ପ୍ୟାରେଡ ର ଅଭିବାଦନ ଗ୍ରହଣ କରିବେ। ସାଂସ୍କୃତିକ କାର୍ଯକ୍ରମ ମଧ୍ଯ ଅନୁଷ୍ଠିତ ହେବ। ଏହି ଅବସର ରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ , ହାଇସ୍କୁଲ ଓ ମହାବିଦ୍ୟାଳୟ ସ୍ତରୀୟ ପ୍ରବନ୍ଧ ଲିଖନ, ବକ୍ତତା, ଦେଶାତ୍ମବୋଧକ ସଂଗୀତ ଗାନ ପ୍ରତିଯୋଗିତା ଆଦି ଆୟୋଜନ କରିବାକୁ ସ୍ଥିର କରାଗଲା। ବିଭିନ୍ନ କ୍ଷେତ୍ର ରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତି ବିଶେଷମାନଙ୍କୁ ସହ ସ୍ବାଧୀନତା ଦିବସ ଉପଲକ୍ଷେ ସମ୍ମାନିତ କରାଯିବ ବୋଲି ବୈଠକରେ ନିଷ୍ପତି ନିଆଯାଇଥିଲା।

ଶନିବାର ଦିନ ଅନୁଷ୍ଠିତ ଏହି ବୈଠକରେ ପାନପୋଷ ଅତିରିକ୍ତ ଉପଜିଲ୍ଲାପାଳ ସରୋଜିନୀ ପ୍ରସନ୍ନ କୁଲୁ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୀମା ଫାତିମା ଏକ୍କା ସହିତ ବିଭିନ୍ନ ବିଭାଗର ଅଧିକାରୀ, ବିଦ୍ୟାଳୟ ଓ ମହାବିଦ୍ୟାଳୟ ଶିକ୍ଷକ ଓ ଅଧ୍ୟାପକ ମାନେ ଉପସ୍ଥିତ ଥିଲେ।

0
0
0
s2sdefault