ହେଡଲାଇନସ୍:

ସ୍ୱାଧୀନତା ଦିବସ-୨୦୨୩ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର:  ଚଳିତ ବର୍ଷ ୭୭ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବୋ
ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୩ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛିା ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ନିର୍ଦ୍ଦେଶ ଦେଇଥିଲୋ ଚଳିତ ବର୍ଷୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆଠାରେ ସକାଳ ୯ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବୋ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥିଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲାା ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବା ଏଥି ସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପରାମର୍ଶ ଦେଇଥିଲୋ
ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍ ଓ ପିଇବା ପାଣି ବ୍ୟବସ୍ଥା କରାଯିବା ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍ ନିୟନ୍ତ୍ରଣକୁ କମିଶନରେଟ୍ ପୋଲିସ ପକ୍ଷରୁ ପରିଚାଳନା କରାଯିବା
ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ର କୁମାର ପରିଡ଼ା, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲୋ

0
0
0
s2sdefault