ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଇକମାଲ (ସାଲେପାଲି) ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ଶ୍ରମ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପାଇକମାଳ ବ୍ଲକ ର ୮୦ ଜଣ ହିତାଧିକାରୀଙ୍କୁ ଶ୍ରମ କାର୍ଡ ପ୍ରଦାନ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ ଅନ୍ୟ ଅତିଥି ରୂପେ ପାଇକମାଲ ବ୍ଳକ୍ ବିଜେଡ଼ି ସଭାପତି ରାଜେନ୍ଦ୍ର ରାଉତ, ହୃଦାନନ୍ଦ ବାରିକ ଯୋଗ ଦେଇଥିବା ବେଳେ ସଂଜୀବ ବରିହା, ଭୋଜରାଜ ଭୋଇ ଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ l
ରାଜ୍ୟ
ପାଇକମାଲ ରେ ଶ୍ରମ କାର୍ଡ ବଣ୍ଟନ କଲେ ବିଧାୟିକା
- Hits: 499








