ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି , ବାଘଶାଳ , ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୧୧୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୮୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୭ ଗୋଟି ଓ ୩୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ଜଣଙ୍କୁ ୧୩ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମୋ ଘର ଯୋଜନା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା ,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 222








