ସୁବର୍ଣ୍ଣପୁର,( ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି l ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ 0୮ ଗୋଟି ବ୍ୟକ୍ତିଗତ ଓ 0୩ ଗୋଟି ସାମୁହିକ ଦରଖାସ୍ତ ରହିଛି l ଶିବିରରେ 0୧ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇ,ଅନ୍ୟାନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ବିନୀ ମେହେର , ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି ,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ଶ୍ରୀ ସୂର୍ଯ୍ୟଂଶୁ ରୁଟ ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l
ରାଜ୍ୟ
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :
- Hits: 234








