ଜଗତସିଂହପୁର,ତା-୦୯.୦୮.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌରପରିଷଦ ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଣ୍ଡିତ ପ୍ରାଣକୃଷ୍ଣ ପଢିହାରୀଙ୍କ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଅଛି l ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଜଗତସିଂହପୁର ଶ୍ରୀମତୀ ଚିନ୍ମୟୀ ବିଶ୍ୱାଳ ଏବଂ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଜୟବଡ଼ ଛକରେ ଥିବା ପ୍ରାଣକୃଷ୍ଣ ପଢିହାରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ l ପୌରପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର କର୍ଣ୍ଣ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପାରିଷଦ ଶ୍ରୀ ଜଗଦାନନ୍ଦ ପଢିହାରୀ ଜିଲ୍ଲାସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଂଜନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା ଏବଂ ସହରର ମାନ୍ୟଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପ୍ରାଣକୃଷ୍ଣ ପଢିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ l
ରାଜ୍ୟ
ସ୍ୱାଧୀନତା ସଂଗ୍ରାମୀ ପଣ୍ଡିତ ପ୍ରାଣକୃଷ୍ଣ ପଢିହାରୀଙ୍କ ଶ୍ରାଦ୍ଧଦିବସ
- Hits: 341








