ଜିଲ୍ଲାରେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ର ଶୁଭାରମ୍ଭ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • - ଶତ ପ୍ରତିଶତ ସଫଳତା ପାଇଁ ଜିଲ୍ଲାପାଳ ଙ୍କ ଆହ୍ୱାନ

  • - ଅଗଷ୍ଟ 10 ରୁ 19 ତାରିଖ ପର୍ଯ୍ୟନ୍ତ ଜିଲ୍ଲାର 6,20,000 ଯୋଗ୍ୟ ହିତାଧିକାରୀ ଙ୍କୁ ଦିଆଯିବ ଔଷଧ

  • - କେହି ଜଣେ ବି ଯୋଗ୍ୟ ଲୋକ ଯେପରି ବାଦ ନ ପଡ଼ିବେ ସେଥିପାଇଁ ଯତ୍ନବାନ ହେବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ

ସୁବର୍ଣ୍ଣପୁର/ସ୍ୱତନ୍ତ୍ର ପ୍ରତିନିଧି ଆର୍ତ୍ତତ୍ରାଣ ମହାପାତ୍ର : ଫାଇଲେରିଆ ରୋଗର ନିରାକରଣ ନିମନ୍ତେ ଜିଲ୍ଲାରେ ତା.10 ରୁ ତା 19 ପର୍ଯ୍ୟନ୍ତ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଆଜି ସକାଳେ ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ ଦ୍ୱାରା ଶୁଭାରମ୍ଭ ହୋଇଯାଇଛି l ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ତରଫରୁ ସ୍ଥାନୀୟ ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ଵିମଳେନ୍ଦୁ ରାୟ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ ବିଶ୍ୱରଂଜନ ପତି, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ ରାଧାକାନ୍ତ ଗଡତ୍ୟା,ସ୍ୱାସ୍ଥ୍ୟ ଅଧିକାରୀ ପି ଏଚ ସି ନାଇକେନପାଲି ଡାକ୍ତର ରାମଶଙ୍କର ତ୍ରିପାଠୀ, ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ଗତିକୃଷ୍ଣ ମିଶ୍ର, ଡି ପି ଏମ ଏନ ଏଚ ଏମ ବିଶ୍ୱମ୍ବର ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦାନ କରିଥିଲେ l କାର୍ଯ୍ୟକ୍ରମର ଶତ ପ୍ରତିଶତ ସଫଳତା ପାଇଁ ଜିଲ୍ଲାପାଳ ଶ୍ରୀଯୁକ୍ତ ରାୟ ଗୁରୁତ୍ୱାରୋପ କରିବା ସହ ସମସ୍ତେ ନିଶ୍ଚୟ ଔଷଧ ଖାଇବା ଓ ଜିଲ୍ଲାକୁ ଫାଲେଇରିଆ ମୁକ୍ତ କରିବାକୁ ଆହ୍ୱାନ ଦେଇ ଜିଲ୍ଲାର କେହି ଜଣେ ବି ଯୋଗ୍ୟ ଲୋକ ଯେପରି ବାଦ ନ ପଡ଼ିବେ ସେଥିପାଇଁ ବିଶେଷ ଯତ୍ନବାନ ହେବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l  ଜିଲ୍ଲାରେ ଅଗଷ୍ଟ 10 ରୁ ଅଗଷ୍ଟ 19 ତାରିଖ ପର୍ଯ୍ୟନ୍ତ ଏହି ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଚାଲୁରହିବ l ଆଜି ଅନୁଷ୍ଠିତ ଶୁଭାରମ୍ଭ କାର୍ଯ୍ୟକ୍ରମ ଅବସରରେ ଛାତ୍ର ଛାତ୍ରୀ ଅଭିଭାବକ, ଶିକ୍ଷକ ଶିକ୍ଷୟତ୍ରୀ,ବିଭାଗୀୟ ଅଧିକାରୀ, ଜିଲ୍ଲାର ବରିଷ୍ଠ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହି ଔଷଧ ସେବନ କରିଥିଲେ l ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ପ୍ରଧାନ ଶିକ୍ଷକ ଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l ଜିଲ୍ଲା ସଂଯୋଜକ ଫାଇଲେରିଆ ଜବକିମ୍ସନ ପଧାନ,ଭେକ୍ଟର ବାହିତ ରୋଗ ପରାମର୍ଶ ଦାତା ଶ୍ରୀ ଚନ୍ଦ୍ରଶେଖର ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l

0
0
0
s2sdefault

 

 

 

 

 

 

 

 

 

 

 

 

 

 

 

  

 

 

/*H3X_UIHVRK*/