ହେଡଲାଇନସ୍:

ରାଜ୍ୟ ବ୍ୟାପି ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା / ବିଦ୍ୟାଳୟ ପରିଚାଳନା ଏବଂ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

-୨୮ ଲକ୍ଷରୁ ଉର୍ଦ୍ଧ୍ବ ଅଭିଭାବକମାନେ ଆଲୋଚନାରେ କଲେ ଅଂଶଗ୍ରହଣ

ଭୁବନେଶ୍ୱର :୧୨.୦୮.୨୩: ଆଜି ରାଜ୍ୟରେ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ୨୦୨୩-୨୪ ଶିକ୍ଷା ବର୍ଷର ଦ୍ୱିତୀୟ ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା / ବିଦ୍ୟାଳୟ ପରିଚାଳନା ଏବଂ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ସମସ୍ତ ସଭ୍ୟମାନେ ସ୍ୱତଃସ୍ଫୁର୍ତ ଭାବେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଆଜିର ବୈଠକରେ ଶୈକ୍ଷିକ ଅଭିବୃଦ୍ଧି ନିମନ୍ତେ ଶିକ୍ଷଣ ସାମଗ୍ରୀ ଯୋଗାଣ, ସ୍ୱଚ୍ଛତା ପକ୍ଷ ପାଳନ, ସୁରଭି ଓ ମିଲେଟସ୍ ମିଶନ ପ୍ରତିଯୋଗିତା, ଅନ୍ଲାଇନ୍ ସୁରକ୍ଷା, ସାଇବର ସଚେତନତା ଓ ବିଦ୍ୟାଳୟ / ଛାତ୍ରଛାତ୍ରୀମାନଙ୍କ ନିରାପତା ବ୍ୟବସ୍ଥା, ଋତୁକାଳୀନ ଛାତ୍ରାବାସ ଏବଂ ପରିବହନ ଓ ରକ୍ଷଣ ଅନୁଗାମୀ ବ୍ୟବସ୍ଥା, ସ୍ୱଳ୍ପ ଅବଧି ଧନ୍ଦାମୂଳକ କାର୍ଯ୍ୟକ୍ରମ ଓ ପରାମର୍ଶ ଶିବିର, ବାଲ୍ୟ ବିବାହ ଉପରେ ସଚେତନତା , ଛାତ୍ରଛାତ୍ରୀମାନଙ୍କୁ ମାଗଣାରେ ପୋଷାକ ଅନ୍ୟାନ୍ୟ ଆନୁସଙ୍ଗିକ ଉପକରଣ, ‘ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନା’ , ମାଧ୍ୟମିକ ବିଦ୍ୟାଳୟରେ ହାଉସ ସିଷ୍ଟମ ପ୍ରଚଳନ, କ୍ୟାରିଅର ଯୋଜନା, ପିଲାମାନଙ୍କର ମାନସିକ ଚାପ ଓ ଏହାର ଦୂରୀକରଣ ଉପରେ ଆଲୋଚନା କରାଯାଇଥିଲା ।
ଉକ୍ତ ବୈଠକରେ ରାଜ୍ୟ ସରକାରଙ୍କ ତରଫରୁ ବିଦ୍ୟାଳୟ ଶିକ୍ଷାର ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଗୁଡ଼ିକ ଉପରେ ବିଶଦଭାବରେ ଆଲୋଚନା କରାଯାଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ପଦାଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ବିଦ୍ୟାଳୟ ପରିଦର୍ଶନ କରିଥିଲେ ।

0
0
0
s2sdefault