ହେଡଲାଇନସ୍:

ପଶ୍ଚିମବଙ୍ଗ ଓ ଉତ୍ତର ପ୍ରଦେଶ ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୪୧ ଓ ୪୨ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ଦୁଇଟି ପୃଥକ ପୃଥକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି।
ସୂଚନା ଥାଉକି ପ୍ରତିପାଳନ କରିବାରେ ଅସମର୍ଥ ପରିବାର ମାନଙ୍କ ଦ୍ବାରା ଦୁଇଟି ଶିଶୁ ସମର୍ପିତ ହୋଇଥିଲେ। ଉକ୍ତ ଶିଶୁମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାନ ସାଲୋମ , ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର Adoption ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ପରବର୍ତ୍ତି ମୁହୂର୍ତ୍ତରେ ଉକ୍ତ ଶିଶୁ ଦ୍ବୟଙ୍କୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ। ଯାହାଦ୍ବାରା ଶିଶୁମାନେ ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ , ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।
ପରବର୍ତ୍ତି ମୁହୁର୍ତ୍ତରେ ତିନିବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ଦୁଇଟି ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ।
ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁମାନଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ , ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଶୁକ୍ରବାର ଦିନ ଶିଶୁମାନଙ୍କୁ ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶ ରାଜ୍ୟର ପୃଥକ ପୃଥକ ଦୁଇ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା।
ଏହି ଶିଶୁ ମାନଙ୍କ ମଧ୍ୟରେ ଗୋଟିଏ ପୁତ୍ର ସନ୍ତାନ ହୋଇଥିଲା ବେଳେ ତାହାର ବୟସ ୬ ବର୍ଷ ହୋଇଥିଲା ଏବଂ ଅନ୍ୟ ଶିଶୁଟି ଜଣେ କନ୍ୟା ସନ୍ତାନ ହୋଇଥିଲା ବେଳେ ତାହାର ବୟସ ମାତ୍ର ତିନି ମାସ ହୋଇଥିଲା। ଶିଶୁମାନଙ୍କୁ ପାଇ ଦମ୍ପତ୍ତି ଦ୍ବୟ ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।
ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ , ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

0
0
0
s2sdefault