ହେଡଲାଇନସ୍:

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୬୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ସୁବର୍ଣ୍ଣପୁର, ତା ୨୧/0୮/୨୩ : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ଵିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୨ ଗୋଟି, ସାମୁହିକ ଦରଖାସ୍ତ ୧୪ ଗୋଟି ଗ୍ରହଣ କରାଯାଇ ଥିବାବେଳେ ଗୋଟିଏ ଦରଖାସ୍ତ ସି ଏମ ଆର ଏଫ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି l ଶିବିରରେ ୨୩ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଏହି ଶିବିରରେ ଜିଲ୍ଲାପାଳ 0୪ ଜଣ ହିତାଧିକାରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ପ୍ରଦତ୍ତ ୩ଚକିଆ ସାଇକେଲ କୁ ପ୍ରଦାନ କରିଥିଲେ l ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ଶ୍ରୀ ସନତ ନାୟକ ,ଉପ- ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଅହଲ୍ୟା ସାହୁ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ ମନୋଜ ଅଦାବର,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଶ୍ରମ ଉପ ନିର୍ଦେଶକ ଡିଲେଶ୍ୱର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଟି ପି ଡବ୍ଲୁ ଓ ଡି ଏଲ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ମିଶ୍ର ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ରାମପୁର ଶ୍ରୀ ପୁରୁଷୋତ୍ତମ ମିର୍ଦ୍ଧା,ବ୍ଲକ ସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l

0
0
0
s2sdefault