ହେଡଲାଇନସ୍:

ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, ୨୬/୦୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ଏମ୍ବିବିଏସ୍ ଓ ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କୁ ଶନିବାର ଏହି ବିଶେଷ କାର୍ଯ୍ୟକ୍ରମରେ ସ୍ନାତକ ଓ ସ୍ନାତକୋତର ଉପାଧି ପ୍ରଦାନ କରାଯାଇଛି ।
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ବିଭିନ୍ନ ବିଭାଗରେ ୨୦୧୫, ୨୦୧୬ ଓ ୨୦୧୭ ଶିକ୍ଷା ବର୍ଷରେ ଅଧ୍ୟୟନ ଆରମ୍ଭ କରି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ସ୍ନାତକ ଉପାଧି ପ୍ରଦାନ କରାଯାଇଥିଲା ।
ସେହିପରି ୨୦୧୮, ୨୦୧୯ ଓ ୨୦୨୦ ଶିକ୍ଷା ବର୍ଷରେ ବିଭିନ୍ନ ବିଭାଗରେ ପୋଷ୍ଟ ଗ୍ରାଜୁଏଟ୍ ଶିକ୍ଷା ଆରମ୍ଭ କରି ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ସ୍ନାତକୋତର ଉପାଧି ପ୍ରଦାନ କରାଯାଇଛି । ଏଥି ସହିତ ୨୦୨୦ ବ୍ୟାଚର ସୁପର ସ୍ପେଶିଆଲିଟି ବିଭାଗରେ ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଉପାଧି ପ୍ରଦାନ କରାଯାଇଛି ।
ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ଉପାଧି ପ୍ରଦାନ କରିଥିଲେ । ଏହି ଅବସରରେ କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରି ସେମାନଙ୍କ କଠିନ ପରିଶ୍ରମର ଫଳ ସେମାନେ ଏହି ଡିଗ୍ରୀ ମାଧ୍ୟମରେ ପାଇଥିବା କହିଥିଲେ ।
ପ୍ରଫେସର ନନ୍ଦ କହିଥିଲେ ଏନ୍ଆଇଆର୍ଏଫ୍ ରାଙ୍କିଙ୍ଗ ଅନୁଯାୟୀ ଛାତ୍ରଛାତ୍ରୀମାନେ ଦେଶର ୧୫ ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଓ ୧୬ ତମ ଶ୍ରେଷ୍ଠ ମେଡିକାଲ୍ କଲେଜରୁ ଶିକ୍ଷା ସମାପ୍ତ କରିଛନ୍ତି । ତେଣୁ ବିଶ୍ୱବିଦ୍ୟାଳୟର ସମ୍ମାନ ସେମାନେ ନିଶ୍ଚିତ ଭାବେ ବଜାୟ ରଖିବେ ବୋଲି ସେ ଆଶା ପ୍ରକାଶ କରିଥିଲେ ।
ଛାତ୍ରଛାତ୍ରୀମାନେ ଶିକ୍ଷା ସମାପ୍ତ କରି ଡାକ୍ତର ଭାବେ ରୋଗୀ ସେବା ସହ ସ୍ୱାସ୍ଥ୍ୟ କ୍ଷେତ୍ରରେ ଅଧିକ ଉନ୍ନତି ଆଣିବା ନିମନ୍ତେ ଗବେଷଣାକୁ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ପ୍ରଫେସର ନନ୍ଦ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଅନୁଷ୍ଠାନ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିିଲେ । ଆଡିସ୍ନାଲ୍ ଡିନ୍ ପ୍ରଫେସର ଅଜୟ ଜେନା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ପ୍ରୋ-ଭାଇସ୍ ଚ୍ୟାନସେଲର ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗ୍ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାରଙ୍କ ସମେତ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସମସ୍ତ ବିଭାଗର ମୁଖ୍ୟ ଓ ଏକାଡେମିକ୍ କାଉନ୍ସିଲ୍ର ସଦସ୍ୟମାନେ ଉପସ୍ଥିତ ଥିଲେ ।

 

0
0
0
s2sdefault