ହେଡଲାଇନସ୍:

“ମହିଳା ଏବଂ ଶିଶୁଙ୍କ ଉପରେ ଯୌନ ଅପରାଧର ତଦନ୍ତ ପାଇଁ ଫୋରେନସିକ୍ କୌଶଳ ଏବଂ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର” ସଂକ୍ରାନ୍ତୀୟ କର୍ମଶାଳା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପୋଲିସ ଭବନ, ଠାରେ “ମହିଳା ଏବଂ ଶିଶୁଙ୍କ ଉପରେ ଯୌନ ଅପରାଧର ତଦନ୍ତ ପାଇଁ ଫୋରେନସିକ୍ କୌଶଳ ଏବଂ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର” ସଂକ୍ରାନ୍ତୀୟ ତିନି ଦିନିଆ କର୍ମଶାଳା ଆରମ୍ଭ ହୋଇଯାଇଛି। "ମହିଳା ଏବଂ ଶିଶୁ ଅପରାଧ ନିରାକରଣ ଶାଖା" ଏବଂ "ୟୁନିସେଫ"ର ମିଳିତ ସହଯୋଗରେ ଆୟୋଜିତ ଏହି କର୍ମଶାଳାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ସୁନୀଲ କୁମାର ବଂସଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଜି ଉଦ୍ ଘାଟନ କରିଥିଲେ।
ମହିଳା ଓ ଶିଶୁଙ୍କ ବିରୁଦ୍ଧରେ ଘଟୁଥିବା ଯୌନ ଉତ୍ପୀଡନ ମାମଲା ଗୁଡ଼ିକ ଅତ୍ୟନ୍ତ ସମ୍ବଦନଶୀଳ। ଏଭଳି ଗୁରୁତ୍ୱପୂର୍ଣ୍ଣ ମାମଲା ଗୁଡିକର ତଦନ୍ତ ନିର୍ଭୁଲ ଏବଂ ନିରପେକ୍ଷ ହେବା ଉଚିତ୍। ତଦନ୍ତରେ ଫରେନସିକ୍ କୌଶଳ ଏବଂ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର ଅପରାଧୀଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି DGP ଶ୍ରୀ ବଂସଲ ମତବ୍ୟକ୍ତ କରିଛନ୍ତି। ମହିଳା ଓ ଶିଶୁଙ୍କ ବିରୋଧରେ ହେଉଥିବା ଅପରାଧିକ ମାମଲାଗୁଡ଼ିକର ସମାଧାନ ପାଇଁ ଏହି ତାଲିମ୍ ପୋଲିସ ଥାନାରେ ନିଯୁକ୍ତ ଥିବା ଅଧିକାରୀଙ୍କୁ ଅପରାଧ ତଦନ୍ତରେ ସହାୟତା କରିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ।
ଏହି ତିନିଦିନିଆ ତାଲିମ କାର୍ଯ୍ୟକ୍ରମ ରେ 150 ଥାନାର ଆଇଆଇସି ଏବଂ ଏସଡିପିଓ ରାଙ୍କର ଅଧିକାରୀମାନେ ଯୋଗ ଦେବେ। ପ୍ରତିଦିନ ୫୦ ଜଣ ଅଧିକାରୀ ଏହି ପ୍ରଶିକ୍ଷଣ ନେବେ |
ଏହି କର୍ମଶାଳାରେ ଶ୍ରୀ କେଶବ କୁମାର, ଅବସରପ୍ରାପ୍ତ ପୂର୍ବତନ ଡିଜିପି ଗୁଜରାଟ ଏବଂ ଶ୍ରୀ ହେମନ୍ଥ୍ ସାଇ ରେଡ୍ଡୀ, ସିନିୟର୍ ଭିଜିଲାନ୍ସ ମ୍ୟାନେଜର Resource persons ଭାବେ ବିଭିନ୍ନ ଅପରାଧିକ ମାମଲାର ତଦନ୍ତରେ ଫୋରେନସିକ୍ ଜ୍ଞାନ କୌଶଳ ଏବଂ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର ସମ୍ପର୍କରେ ତାଲିମ୍ ପ୍ରଦାନ କରିବେ।
ଏହି କାର୍ଯ୍ୟକ୍ରମରେ ଶ୍ରୀ ସଫିନ୍ ଅହମଦ୍ କେ, ଆଇପିଏସ୍, ଆଇ.ଜି.ପି, କ୍ରାଇମବ୍ରାଞ୍ଚ ପୈରାହିତ୍ୟ କରିଥିଲେ । ଶ୍ରୀ ଆର. କେ. ମିଶ୍ର, ଏସ୍ ପି, କ୍ରାଇମବ୍ରାଞ୍ଚ ଧନ୍ୟବାଦ ଅର୍ପଣ କରିଥିଲେ। ଶ୍ରୀ ମାନ୍ନା ବିଶ୍ୱାସ, ( ସଦସ୍ୟ, ୟୁନିସେଫ୍, ଓଡିଶା) ପ୍ରମୁଖ ଉପସ୍ଥିତ ରହି ଅଧିକାରୀଙ୍କୁ ଉତ୍ସାହିତ କରିଥିଲେ। CAW & CW ର DSP ଇମନ କଲ୍ୟାଣ ନାୟକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

0
0
0
s2sdefault