ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଫାଲଗୁନି ମାଝୀ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଲୁହାଗୁଡ଼ି ସମେତ ଗୋବିନ୍ଦପୁର , ମିରାପାଲି ଓ ଲିଲିଗଡ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୩୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୭୫ ଓ ୮ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି। ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପଚିଶି ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା , ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚାୟତ ୧୦୩ ଜଣ ହିତଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଉପଖଣ୍ଡ ପୋଲିସ ଅଧିକାରୀ , ଆର.ଉଦୟଗିରି ଶ୍ରୀ ଅଶ୍ଵିନୀ ନାୟକ , ମୋହନା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଶବର , ସ୍ଥାନୀୟ ସରପଞ୍ଚ ଶ୍ରୀ କୈଳାଶ ଦଳବେହେରା , ମୋହନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ତପଶ୍ୱନି ହାଂସଦା , ସ୍ଥାନୀୟ ତହସିଲଦାର ଶ୍ରୀ ହିମାଂଶୁ ଭୂଷଣ ପଳେଇ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।

0
0
0
s2sdefault