ହେଡଲାଇନସ୍:

ବାଲିଅନ୍ତା ବ୍ଲକରେ ମିଳିତ ଜନଶୁଣାଣି ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର:ବାଲିଅନ୍ତା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛିା ଆଜି ମୋଟ ୧୩୩ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲାା ସେଥିମଧ୍ୟରୁ ୧୨୫ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୫ଟି ଗୋଷ୍ଠୀଗତ ଅଭିଯୋଗ ଥିଲାା ଉକ୍ତ ଅଭିଯୋଗଗୁଡିକ ମଧ୍ୟରୁ ସ୍ଥଳବିଶେଷରେ ୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲାା ସମସ୍ତ ଅଭିଯୋଗଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତିା ୫-"ଟି' ଆଧାରରେ ଜନସାଧାରଣମାନଙ୍କୁ ସେବା ଯୋଗାଇ ଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲୋ
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ ମହାପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ବାଦଲ ମହାନ୍ତି, ଭୁବନେଶ୍ୱର ଉପ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ବେହେରା, ସିଡିଏମଓ ଡଃ ଆର୍ତ୍ତବନ୍ଧୁ ନାୟକ, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାସନ୍ତି ଖଟୁଆ, ସାଂସଦଙ୍କ ପ୍ରତିନିଧି ଶ୍ରୀ ସିଦ୍ଧେଶ୍ୱର ନାଥ, ଜୋନ- ୪ ଏସିପି ଶ୍ରୀ ଶୁଭ ନାରାୟଣ ମୁଦୁଲି, ଅବକାରୀ ଉପ ଅଧିକ୍ଷକ ଶ୍ରୀ ରାଜ ଶେଖର ସ୍ୱାଇଁ, ବିଡିଓ ଶ୍ରୀ ପବିତ୍ର କୁମାର ସାମଲ, ତହସିଲଦାର ଶ୍ରୀ ବିମଳ କୁମାର ଲେଙ୍କା, ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକଫର ଶ୍ରୀମତୀ ଭୁବନେଶ୍ୱରୀ କଅଁର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲୋ

 

0
0
0
s2sdefault