ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲାଇଲାଇ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଲାଇଲାଇ ସମେତ ଗଣ୍ଡାହାତୀ , ଏସ୍.କରଡ଼ାସିଂ ଓ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୨୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୦ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୯୩ ଓ ୩୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦଶ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା , ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚାୟତ ୮୦ ଜଣ ହିତଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଥିଲ।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧିର କୁମାର ସିଂ , ତହସିଲଦାର ଶ୍ରୀମତୀ ଲୀଳାବତୀ ଆଚାର୍ଯ୍ୟ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।

0
0
0
s2sdefault