ହେଡଲାଇନସ୍:

ଭୁବନେଶ୍ୱର ଠାରେ 29 ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଖୋର୍ଦ୍ଧା ରୋଡ଼: ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ରେଳବାଇ ସୁରକ୍ଷା ବଳ ଆନୁକୂଲ୍ୟରେ 29 ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ କିଟ ଷ୍ଟାଡିୟମ ଠାରେ ଉଦ୍ଘାଟିତ ହୋଇଯାଇଅଛି |

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଏଚ.ଏସ. ବାଜୱା ଗତକାଲି ସନ୍ଧ୍ୟାରେ ରେଳବାଇ ସୁରକ୍ଷାବଳ ମହାନିରୀକ୍ଷକ ତଥା ମୁଖ୍ୟ ସୁରକ୍ଷା ଆୟୁକ୍ତ ଶ୍ରୀ ପିବିଏମ ସାନ୍ତାରାମ ଓ ଅନ୍ୟାନ ବରିଷ୍ଠ ରେଳବାଇ ଅଧିକାରୀ ମାନଙ୍କ ଉପସ୍ଥିତିରେ ଏହି ଟୁର୍ଣ୍ଣାମେଣ୍ଟକୁ ଉଦ୍ଘାଟନ କରିବା ସହିତ ଆୟୋଜିତ ମାର୍ଚ୍ଚଫାଷ୍ଟରେ ଅଭିବାଦନ ଗ୍ରହଣ କରି ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ |

ଚଳିତ ମାସ 27 ତାରିଖରୁ 30 ତାରିଖ ମଧ୍ୟରେ ଦୀର୍ଘ ଚାରିଦିନ ବ୍ୟାପି ଆୟୋଜିତ ହେଉଥିବା ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ରେଳବାଇର ଆଠ ଗୋଟି ରେଳବାଇ ସୁରକ୍ଷାବଳ ହକି ଟିମ ଯଥା ଉତ୍ତର ରେଳପଥ (ନୂଆ ଦିଲ୍ଲୀ), ଦକ୍ଷିଣ ପୂର୍ବ ରେଳପଥ (କୋଲକାତା), ପଶ୍ଚିମ ରେଳପଥ (ମୁମ୍ବାଇ), ଉତ୍ତର ପୂର୍ବ ରେଳପଥ (ଗୋରଖପୁର), ଦକ୍ଷିଣ ରେଳପଥ (ଚେନ୍ନାଇ), ପଶ୍ଚିମ କେନ୍ଦ୍ରୀୟ ରେଳପଥ (ଜବଲପୁର), କେନ୍ଦ୍ରୀୟ ରେଳପଥ (ମୁମ୍ବାଇ) ଓ ରେଳବାଇ ସୁରକ୍ଷା ବଳ ସ୍ୱତନ୍ତ୍ର ବାହିନୀ (ନୂଆ ଦିଲ୍ଲୀ) ପ୍ରମୁଖ ଭାଗ ନେଇଛନ୍ତି |

29ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଏବଂ ଉଦଯାପନୀ ଉତ୍ସବ ଆସନ୍ତା 30 ତାରିଖ (ଶନିବାର) ଦିନ ଅନୁଷ୍ଠିତ ହେବ |

0
0
0
s2sdefault