ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ସଭ୍ୟ ସଭ୍ୟା ଗଜପତି ଜିଲ୍ଲା ପରିଦର୍ଶନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ସମସ୍ତ ଜିଲ୍ଲାପରିଷଦ ସଭ୍ୟ ସଭ୍ୟା ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ କରି ଜିଲ୍ଲାରେ ସରକାରଙ୍କର ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକ ବୁଲି ଦେଖିଥିଲେ।
ଏହି ଗ୍ରସ୍ତ ସମୟରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ , ଅଧ୍ୟକ୍ଷ , ଜିଲ୍ଲାପରିଷଦ , ଗଜପତଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲ୍ଲାରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକ ଗଜପତି ଜିଲ୍ଲାର କିପରି କାର୍ଯ୍ୟକାରୀ ହେଉଛି ସେ ବିଷୟରେ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଜିଲ୍ଲାପାଳ , ଗଜପତି ଓ ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ , ଜିଲ୍ଲାପରିଷଦ ବିଭିନ୍ନ ପ୍ରକଳ୍ପ ବିଷୟରେ ଅବଗତ କରାଇଥିଲେ।
ସେହିପରି ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ , ଇଂ.ଦେବାଶିଷ ପଟ୍ଟନାୟକ ଓ ଉପା ଅଧ୍ୟକ୍ଷା ଶ୍ରୀମତୀ ବିଷ୍ଣୁପ୍ରିୟା ବେହେରା ନିଜ ଜିଲ୍ଲାର କାର୍ଯ୍ୟକାରୀ ହେଉଥିବା ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ବିଷୟରେ ଅବଗତ କରାଇଥିଲେ। ଗଜପତି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଗୁଡିକର ଜନସାଧାରଣ ଲାଭବାନ ହୋଇପାରୁଛନ୍ତି ଏଣୁ ଜିଲ୍ଲାରେ ସଫଳତାର ସହ କାର୍ଯ୍ୟ ହୋଇ ପାରୁଥିବାରୁ ଗଜପତି ଜିଲ୍ଲା ପ୍ରଶାସନକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ସମସ୍ତ ସଭ୍ୟ ସଭ୍ୟା ଖୁସି ବ୍ୟକ୍ତ କରିଥିଲେ।
ଆଜିର ଏହି ଗ୍ରସ୍ତରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ପ୍ରଧାମନ୍ତ୍ରୀ ଆବାସ ଯୋଜନା ଓ ଓଡିଶା ଜୀବିକା ମିଶନ ଅଧିନରେ ହେଉଥିବା ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହିତ ଗଣ୍ଡହାତୀ , ମହେନ୍ଦ୍ରଗଡ଼ , ଚନ୍ଦ୍ରଗିରି ଓ ଜିରାଙ୍ଗ ପ୍ରର୍ଯ୍ୟଟନ ସ୍ଥଳୀ ବୁଲି ଦେଖିବା ସହିତ ବିଭିନ୍ନ ଗ୍ରାମରେ ମଧ୍ୟ ବୁଲି ଦେଖିଥିଲେ।
ଏହି ଗ୍ରସ୍ତ ସମୟରେ ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା, ପୌର ପରିଷଦ ,ପାରଳାଖେମୁଣ୍ଡି,ଅତିରିକ୍ତ ଉନ୍ନୟନ ଅଧିକାରୀ ଶ୍ରୀ ନୀଳମାଧବ ମାଝୀ, ଗଜପତି ଜିଲ୍ଲାର ସମସ୍ତ ଜିଲ୍ଲାପରିଷଦ ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ।

0
0
0
s2sdefault