ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚୁଡ଼ଙ୍ଗପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଚୁଡ଼ଙ୍ଗପୁର ସମେତ ଅନ୍ତର୍ବା , କେଶରୀଗୁଡା ଓ ଜୁବା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୯୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୭୨ ଓ ୧୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
୧୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୩ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସେବତୀ ଗମାଙ୍ଗ , ମୋହନା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରମାକାନ୍ତ ଚୌଧୁରୀ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 315








