ହେଡଲାଇନସ୍:

ଗୁଣପୁର ସଦର ମହକୁମଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପଖଣ୍ଡ ସଦର ମହକୁମା ସ୍ଥିତ ଉପ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ନିହାର ରଞ୍ଜନ କହଁର,ଗୁଣପୁର ଉପ ଜିଲ୍ଲାପାଳ, ଲଳିତ କୁମାର କହଁର, ଅତିରିକ୍ତ ଆରକ୍ଷୀ ଅଧିକାରୀ ବିଜୟ କୁମାର ନନ୍ଦ, ପ୍ରକଳ୍ପ ପ୍ରଶାସକ, ଆଇଟିଡିଏ ଶାନ୍ତିପ୍ରଭା ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l
ଆଜି ମୋଟ ୪୦ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ୩୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୦ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଭିଯୋଗ ଗୁଡିକ ଶୁଣି ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଶେଷ କରି ରାସ୍ତା, ପାନୀୟ ଜଳ, ଘର ପଟ୍ଟା ଆଦିର ଦରଖାସ୍ତ ଗ୍ରହଣ କରିଥିବା ବେଳେ ସମସ୍ତ ଆବେଦନ ଗୁଡିକୁ ତ୍ୱରିତ ସମାଧାନ କରିବା ସହ ଜିଲ୍ଲା କାର୍ଯ୍ୟାଳୟକୁ ବିବରଣୀ ପ୍ରଦାନ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଜାଳ ବିଭାଜିକା ମିଶନ ପ୍ରକଳ୍ପ ନିର୍ଦେଶକ ଡ଼ଃ ଦୟାନିଧି ବାଘ, ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ ସୁନୀଲ ରାଉତ, ଉଠା ଜଳ ସେଚନ ବିନୋଦ ଦାସ,ଗୁଣପୁର ତହସିଲଦାର ଶରତ ଚନ୍ଦ୍ର ନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ୍ର।ଞ୍ଜଳୀ ପ୍ରଧାନ, ସହକାରୀ ଜିଲ୍ଲାପାଳ ସତ୍ୟଜିତ ନାୟକ, ପୌର ନିର୍ବାହୀ ଅଧିକାରୀ ଡ଼ ସତ୍ୟ ସମ୍ପୂର୍ଣ୍ଣା ରାଉତ, ଅତିରିକ୍ତ ତହସିଲଦାର ଅଂଶୁମାନ ପଣ୍ଡା,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କାମାକ୍ଷୀ ପାଢ଼ୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂର୍ଯ୍ୟମଣି ଭୋଇ, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ,ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର ଜିଲ୍ଲା ମଙ୍ଗଳ ଅଧିକାରୀ ବିଭୁତି ଭୂଷଣ ବିଶ୍ୱାଳ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ ସହାୟକ ଗୀତାଞ୍ଜଳି ଗରିଆଗଡୁ, କନିଷ୍ଠ ସହାୟକ ନନ୍ଦିତା ଶବର ପରିଚାଳନା କରିଥିଲେ ।



0
0
0
s2sdefault