ହେଡଲାଇନସ୍:

ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ନାଚୁଣୀ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ !

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଚିଲିକା: (ସେକ୍ କୌସର) : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅଧିନସ୍ତ ନାଚୁଣୀ ମହାବିଦ୍ୟାଳୟ ପରିସରରେ ଆଜି ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ରନାଥ ମୁର୍ମୁ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ସହ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଅନ୍ୟ ସମ୍ନାନିତ ଅତିଥି ଭାବେ ଉପ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମହାନ୍ତି, ମୁଖ୍ୟ ବକ୍ତା ଭାବେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାଲୁଗାଁ ସୁଭ୍ରାଂଶୁ ଶେଖର ମିଶ୍ର, ସମ୍ନାନିତ ଅତିଥିଭାବେ ନାଚୁଣୀ ଥାନା ଅଧିକାରୀ ଚନ୍ଦ୍ରଶେଖର ଜେନା, ବକ୍ତା ଭାବରେ ନାଚୁଣୀ ମହାବିଦ୍ୟାଳୟର ସଭାପତି ଅରୁଣ କୁମାର ଦାଶ ଯୋଗଦେଇ ଆଜିର ଦୁନିଆରେ କିଭଳି ଭାବେ ସାଇବର ଅପରାଧରୁ ଦୁରେଇ ରହିପାରିବା ଓ ଅଜଣା ଫୋନ କଲ ଆସିଲେ ଓଟିପି ନଦେବା, ୟୁପିଆଇ ମାଧ୍ୟମରେ କାରବାର କଲେ ସମ୍ପୂର୍ଣ୍ଣ ସଚେତନତା ରହିବା ନେଇ ଆଲୋଚନା ହୋଇଥିଲା । ଏହି ସଚେତନତା କାର୍ଯ୍ୟକ୍ରମର ରେ ନାଚୁଣି ମହାବିଦ୍ୟାଳୟର ଶତାଧିକ ଛାତ୍ର ଛାତ୍ରୀମାନେ ସାମିଲ ହୋଇଥିଲେ ।

0
0
0
s2sdefault