ହେଡଲାଇନସ୍:

ପ୍ରଥମ ବୈଜ୍ଞାନିକ ରାଷ୍ଟ୍ରପତି ଭାରତରତ୍ନ ଡ.ଅବଦୁଲ କାଲାମଙ୍କ ୯୨ତମ ଜନ୍ମବାର୍ଷିକ ପାଳିତ

User Rating: 1 / 5

Star ActiveStar InactiveStar InactiveStar InactiveStar Inactive
 

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର ମିଶାଇଲ ମ୍ୟାନ,ପ୍ରଥମ ବୈଜ୍ଞାନିକ ରାଷ୍ଟ୍ରପତି ଭାରତରତ୍ନ ସ୍ୱର୍ଗତ ଡ.ଏ.ପି.ଜେ ଅବଦୁଲ କାଲାମଙ୍କ ୯୨ତମ ଜନ୍ମବାର୍ଷିକୀ ନୟାଗଡ଼ ଅବଦୁଲ କାଲାମ ସ୍ମୃତି କମିଟି ଏବଂ ଶିକ୍ଷକ ସମାଜ ପକ୍ଷରୁ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପରିସରରେ ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ,ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସ୍ମୃତିକମିଟି ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ନିରାଡ଼ମ୍ବର ଉତ୍ସବରେ ମୁଖ୍ୟ ଅତିଥିଭାବେ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ,ସମ୍ମାନୀତ ଅତିଥିଭାବେ ସମାଜସେବୀ ଦାମୋଦର ସାହୁ,ଅତିରିକ୍ତ ବ୍ଳକ ଶିକ୍ଷାଧିକାରୀ ସଞ୍ଜୟ କୁମାର ମଲ୍ଲିକ ଏବଂ ଧନେଶ୍ୱର ସେଠୀ, ଓଷ୍ଟା ରାଜ୍ୟ ସଂପାଦକ ମାଣିକେଶ୍ୱର ସ୍ୱାଇଁ,ନୟାଗଡ଼ ଜିଲ୍ଲା ପ୍ରାଥମିକ ଶିକ୍ଷକସଂଘ ସମ୍ପାଦକ ଭକ୍ତରଂଜନ ମିଶ୍ର ପ୍ରମୁଖ ଯୋଗଦାନ କରି ଡ.କଲାମଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଆହ୍ୱାନ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ବ୍ଳକ ଶିକ୍ଷକସଂଘ ନେତା ବିପିନ ବିହାରୀ ଦାସ,ପୀତବାସ ପ୍ରଧାନ,ଲକ୍ଷ୍ମୀଧର ସାହୁ,ସନ୍ତୋଷ ସାହୁ, ଅଶୋକ ମଲ୍ଲ,ଉମେଶ ସ୍ୱାଇଁ,ପ୍ରଶାନ୍ତ ପଟ୍ଟନାୟକ,ରବିନ୍ଦ୍ର କୁମାର ସାହୁ,ସଲିମ ଇବ୍ରାହୀମ,ଶରତ ପାଳ,ଚିତ୍ତରଂଜନ ଦାଶ ପ୍ରମୁଖ ଯୋଗଦାନ କରି ଶିକ୍ଷକ ସମାଜ ଦ୍ୱାରା ସ୍ଥାପିତ ଡ.କାଲାମଙ୍କ ପ୍ରତିମୂର୍ତ୍ତିରେ ଧୂପ ଏବଂ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିବା ବେଳେ କାର୍ଯ୍ୟାଳୟ ସହକାରୀ ଦିନେଶ ରାଉତରା ସମସ୍ତ କାର୍ଯ୍ୟରେ ସହଯୋଗ କରିଥିଲେ ।

0
0
0
s2sdefault