ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଜଲାଙ୍ଗ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଜଲାଙ୍ଗ ସମେତ ଅମେଡ଼ା , ମାର୍ଲବା ଓ ରାୟଗଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୫୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୬ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୪୧ ଓ ୮ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି। ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ୪୫ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଉପ-ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପାଣି , ସ୍ଥାନୀୟ ସରପଞ୍ଚ ଶ୍ରୀ ଲାବଣ୍ୟ ଶବର , ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧିର କୁମାର ସିଂ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର , ତହସିଲଦାର ଶ୍ରୀମତୀ ଲିଲାବତି ଆଚାର୍ଯ୍ୟ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
ରାଜ୍ୟ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 266








