ହେଡଲାଇନସ୍:

ଚିଲିକା ନିର୍ବାଚନ ମଣ୍ଡଳୀର ବହୁ ବିଜେପି କର୍ମକର୍ତ୍ତା ବିଜେଡିରେ ହେଲେ ସାମିଲ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଚିଲିକା/ ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ବ୍ଲକ ଓ ଏନଏସିର ବିଜେପି କର୍ମକର୍ତ୍ତା ଏବଂ କର୍ମୀ ଆଜି ଶଙ୍ଖଭବନ ଠାରେ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଦଳରେ ସାମିଲ୍ ହୋଇଥିବା ବିଜେପି କର୍ମକର୍ତ୍ତାଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ । ବିଜୁ ଜନତା ଦଳରେ ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ଚିଲିକା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପି୍ରମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଲୁ ବୋଲି କହିଥିଲେ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।
ଏହି ମିଶ୍ରଣ ପର୍ବରେ ବାଣପୁର ଏନଏସିର ପୂର୍ବତନ କାଉନସିଲର ତଥା ଖୋର୍ଦ୍ଧା ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର ପୂର୍ବତନ ଉପସଭାପତି ପ୍ରଣତୀ ମାର୍ଥା, ୱାଡର଼୍ ସଭାପତି ବିଶ୍ୱନାଥ ଦଳେଇ, ମହିଳା ସଭାପତି ପ୍ରତୀମା ମଲ୍ଲିକ, ପୂର୍ବତନ କାଉନସିଲର ଝରିଆ ପ୍ରଧାନ, ବରିÂ ନେତା ଦୀନବନ୍ଧୁ ପ୍ରଧାନ ଓ ଯୋଗେନ୍ଦ୍ର ବାରିକ, ଯବୁ ସଂଗଠକ ମନୋଜ ସାହୁ, ପୂର୍ବତନ କାଉନସିଲର ସୁଧାକର ଭୋପା, ଖୋର୍ଦ୍ଧା ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ଉପସଭାପତି କାବେରୀ ଜେନା, ବାଣପୁର ଏନଏସିର ପୂର୍ବତନ ଯୁବ ସଭାପତି ନାରାୟଣ ଦାସ, ଏସ୍ସି ମୋର୍ଚ୍ଚାର ମହିଳା ସଭାପତି ଉତ୍ତରା ମଲ୍ଲିକ ଏବଂ ବାଣପୁର ବ୍ଲକ ତୁମୁରାପୁଟ ଶାସନ ଗ୍ରାମପଞ୍ଚାୟତର ସଞ୍ଜୟ କୁମାର ବଳିଆରସିଂହ, ଅନୀଲ କୁମାର ସ୍ୱାଇଁ, ରାଧାକାନ୍ତ ରଥ, ରଞ୍ଜନ କୁମାର ରାଉତରାୟ, ଜୟନ୍ତ କୁମାର ସ୍ୱାଇଁ, ରାଜେଶ କୁମାର ବେହେରା, ବିଜୟ ପାତ୍ର, ମାନସ ବେହେରା, ଜିତୁନ ବେହେରା, ସଂକଳ୍ପ ବେହେରା, ରଘୁନାଥ ବାରିକ, ନବଘନ ନାୟକ, ସୌରୀ ବେହେରା, ମକଦମ ବେହେରାଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ଚିଲିକା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ସୌମ୍ୟ ଶଙ୍କର ଚକ୍ର (ରାଜା), ବାଣପୁର ଏନଏସି ଚେୟାରମ୍ୟାନ ମିଟୁ ନାୟକ, ଜିଲ୍ଲାପରିଷଦ ଉପସଭାପତି ଗୋପୀନାଥ ମହାରଣା, ବାଣପୁର ବ୍ଲକ ପୂର୍ବତନ ଚେୟାରମ୍ୟାନ ମାନସ ପ୍ରଧାନ, ଯୁବ ନେତା ଜଗତ ବଲ୍ଲଭ ମହାରଥା, ତୁମୁରାପୁଟ ଶାସନ ଗ୍ରାମପଞ୍ଚାୟତ ସରପଞ୍ଚ ଅକ୍ଷୟ କୁମାର ସେଠୀ, ଯଦୁ ପ୍ରଧାନ, ମନୋଜ ପ୍ରଧାନ ଓ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଉପସ୍ଥିତ ଥିଲେ ।

0
0
0
s2sdefault