ହେଡଲାଇନସ୍:

ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବଲାଙ୍ଗିର ୨୫/୧୦: ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ନଭେମ୍ବର ମାସ ୦୬ ତାରିଖ ସୋମବାର ସକାଳ ଘ ୧୦.୩୦ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହେବ । ୧୩ ତାରିଖ ସୋମବାର ସକାଳ ଘ ୧୦ ॰୩୦ ମି ରେ ଗୁଡଭେଲା ବ୍ଲକ କାର୍ଯ୍ୟ।ଳୟ ଠାରେ , ୨୦ ତାରିଖ ସୋମବାର ସକାଳ ଘ ୧୦॰ ୩୦ ମି ରେ ମୁରିବାହାଲ ବ୍ଲକ କାର୍ଯ୍ୟ।ଳୟ ଠାରେ, ୨୮ ତାରିଖ ସୋମବାର ସକାଳ ଘ ୧୦ ॰୩୦ ମି ରେ ଲୋଇସିଂହା ବ୍ଲକ କାର୍ଯ୍ୟ।ଳୟ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ସମେତ ବିଭିନ୍ନ ବିଭାଗ ର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।

0
0
0
s2sdefault