ହେଡଲାଇନସ୍:

ଆଦର୍ଶ ବିଦ୍ୟାଳୟରେ ନାମଲେଖା ପରୀକ୍ଷା ପାଇଁ ପଞ୍ଜୀକରଣ ଆରମ୍ଭ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ବର: ଓଡିଶା ଆଦର୍ଶ ବିଦ୍ୟାଳୟ ଓ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜୀକରଣ ପ୍ରକ୍ରିୟା ଗତ ୦୧.୧୧.୨୦୨୩ ଠାରୁ ଆରମ୍ଭ ହୋଇଯାଇଅଛି । ରାଜ୍ୟରେ ଥିବା ୩୧୪ ଟି ଓଡିଶା ଆଦର୍ଶ ବିଦ୍ୟାଳୟ ଓ ୫ ଟି ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଦେବା ପାଇଁ ଛାତ୍ରଛାତ୍ରୀ ମାନେ www.oav.edu.in ରେ ନାମ ପଞ୍ଜୀକରଣ କରିପାରିବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ପଞ୍ଜୀକରଣର ଶେଷ ତାରିଖ ୨୦ ନଭେମ୍ବର କୁ ଧାର୍ଯ୍ୟ କରାଯାଇଅଛି । ଓଡିଶା ଆଦର୍ଶ ବିଦ୍ୟାଳୟ ଓ ୫ ଟି ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ୧୫.୦୧.୨୦୨୪ ସୁଦ୍ଧା କରାଯିବାପାଇଁ ଧାର୍ଯ୍ୟ କରାଯାଇଅଛି । ପଞ୍ଜୀକରଣ ନିମନ୍ତେ ଓଡିଶା ଆଦର୍ଶ ବିଦ୍ୟାଳୟ ଓ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସୂଚନା ପୁସ୍ତିକା ସମସ୍ତ ଜିଲ୍ଲା ଓ ବ୍ଳକ ର ପଦାକାରୀ ଙ୍କୁ ପ୍ରେରଣ କରାଯାଇଛି । ଉପରୋକ୍ତ ସମସ୍ତ ବିଦ୍ୟାଳୟରେ ୫୦% ସ୍ଥାନ ଛାତ୍ରୀ ମାନଙ୍କ ନିମନ୍ତେ ଏବଂ ବ୍ଳକର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଜନସଂଖ୍ୟାର ପ୍ରତିଶତ ଅନୁସାରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ପ୍ରାର୍ଥୀ ଙ୍କ ନିମନ୍ତେ ସ୍ଥାନ ସଂରକ୍ଷଣ କରାଯାଇଅଛି । ପଞ୍ଜୀକରଣ ନିମନ୍ତେ କୌଣସି ସହଯୋଗ ପାଇଁ ପିତାମାତା/ ଅଭିଭାବକ/ ଛାତ୍ରଛାତ୍ରୀ ନିକଟସ୍ଥ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ଯୋଗାଯୋଗ କରିପାରିବେ ।

0
0
0
s2sdefault