ହେଡଲାଇନସ୍:

ଭୁବନେଶ୍ୱରରେ କିଟ୍ ନହ୍ନିପରୀ ଆଞ୍ଚଳିକ ଅଡିସନ ଶେଷ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, ୧୯ ।୧୧: କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୩ତମ ସଂସ୍କରଣ ପାଇଁ ଆଞ୍ଚଳିକ ଅଡିସନ୍ ରବିବାର ଭୁବନେଶ୍ୱରଠାରେ ଶେଷ ହୋଇଛି। କିଟ୍ କ୍ୟାମ୍ପସ୍‍ ୭ରେ ହୋଇଥିବା ଏହି ଅଡ଼ିସନ୍‌ରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୧୪ ରୁ ୧୬ବର୍ଷ ବୟସର ବହୁ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଡିସେମ୍ବର ୨୬ ଓ ୨୭ ତାରିଖରେ ଭୁବନେଶ୍ୱରରେ ଏହାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଆଜି କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉପସ୍ଥିତ ରହି ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ବିଚାରକ ଭାବେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ରତ୍ନ ପଦ୍ମା ରଶ୍ମିତା ଯାଜ୍ଞସେନୀ, ୨୦୨୨ ନହ୍ନିପରୀ ବିଜେତା ଅନନ୍ୟା ରାଉତରାୟ, ୨୦୧୬ ବିଜେତା ମୈତ୍ରୀ ମନାଲି ପ୍ରଧାନ ଯୋଗ ଦେଇଥିବା ବେଳେ କୋର କମିଟି ସଦସ୍ୟ ରେଖାରାଣୀ ମିଶ୍ର, ସୋମା ମହାନ୍ତି, ମଳୟ ମହାପାତ୍ର ଓ ଡ. ଶ୍ରଦ୍ଧାଞ୍ଜଳି ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, କିଟ୍ ନହ୍ନିପରୀ ବିଜେତାମାନଙ୍କ ପାଇଁ ମୋଟ ୪୧ଲକ୍ଷ ୫୦ ହଜାର ଟଙ୍କାର ପୁରସ୍କାର ରଖାଯାଇଛି। ନହ୍ନିପରୀ ଟାଇଟଲ୍‍ ବିଜେତାଙ୍କୁ ନଗଦ ୩ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ଆକାରରେ ପ୍ରଦାନ କରାଯିବାକୁ ଥିବା ବେଳେ ସେ କିଟ୍‌ରେ ପାଠ ପଢ଼ିଲେ ତାଙ୍କର ଶହେ ପ୍ରତିଶତ ଫି’ ଛାଡ଼ ଅର୍ଥାତ୍ ସର୍ବାଧିକ ୧୮ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫି ଛାଡ଼ ହେବ। ପ୍ରଥମ ରନର୍ସ ଅପ୍‌ଙ୍କୁ ନଗଦ ୧ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବା ସହ ଏବଂ ସେ କିଟ୍‌ରେ ପାଠ ପଢିଲେ ସର୍ବାଧିକ ୯ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫି’ ଛାଡ଼ କରାଯିବ। ଦ୍ୱିତୀୟ ରନର୍ସ ଅପ୍ ପାଇଁ ୫୦ ହଜାର ଟଙ୍କା ନଗଦ ଅର୍ଥରାଶି ସହ ସର୍ବାଧିକ ୯ଲକ୍ଷ ଟଙ୍କା ପର୍ଯ୍ୟନ୍ତ, ପୁରସ୍କାର ପ୍ରଦାନ କରାଯିବ।
ସେହିପରି ପ୍ରତିଯୋଗିତାର ମିସ୍ ରାପୁଞ୍ଜେଲ୍‌, ମିସ୍ ଫଟୋଜେନିକ୍‌, ମିସ୍ ସେଲ୍‌ଫି (ଫେସ୍‌ବୁକ୍‌ରେ ସର୍ବାଧିକ ଲାଇକ୍‌), ମିସ୍ ଫେସନ୍ ଗାର୍ଲ, ମିସ୍ ୱିଜ୍‌କିଡ଼୍‌, ମିସ୍ ସିଣ୍ଡ୍ରେଲା, ମିସ୍ ଉର୍ବଶୀ, ମିସ୍ କ୍ୟାଟ୍‌ୱାକ୍‌, ମିସ୍ ମୋନାଲିସା ଏବଂ ମିସ୍ ଆକ୍‌ଟିଭ୍ ଆଦି ବର୍ଗରେ ଶ୍ରେଷ୍ଠତ୍ୱ ପ୍ରତିପାଦିତ କରିଥିବା ପ୍ରତିଯୋଗୀଙ୍କ ପାଇଁ ମଧ୍ୟ ଅର୍ଥିକ ପୁରସ୍କାର ବ୍ୟବସ୍ଥା ରହିଛି। ୨୦୦୧ ମସିହାରେ କେନ୍ଦୁଝରରୁ ଆରମ୍ଭ ହୋଇଥିବା କିଟ୍ ନହ୍ନିପରୀ ପ୍ରତିଯୋଗିତା ବିଶିଷ୍ଟ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପୃଷ୍ଠପୋଷକତା ଓ ପରାମର୍ଶ କ୍ରମେ ଏବେ ସମଗ୍ର ଦେଶରେ ବେଶ୍ ପ୍ରସିଦ୍ଧି ଲାଭ କରିଛି।

0
0
0
s2sdefault