ହେଡଲାଇନସ୍:

ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ଅବସରରେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର:ମହାନ ବିପ୍ଳବୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ଆଦିବାସୀ ପ୍ରଦର୍ଶନୀ ପଡ଼ିଆ ଏବଂ କଳିଙ୍ଗ ହସ୍ପିଟାଲ୍ ଛକଠାରେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛିା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, ଅନୁସୂଚିତ ଜନାଜତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ବିଧାୟକ ଶ୍ରୀ ଅରବିନ୍ଦ ଢାଲି, ଶ୍ରୀ ସଦାଶିବ ପ୍ରଧାନୀ, ଶ୍ରୀ ରଘୁନାଥ ଗମାଙ୍ଗ, ଶ୍ରୀ ମକରନ୍ଦ ମୁଦୁଲି ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶହୀଦଙ୍କ ସ୍ମୃତିଚାରଣ କରିଥିଲୋ
ଆଜି ସକାଳେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅନୁସୂଚିତ ଜନାଜତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ , ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ସୁଶ୍ରୀସଂଗୀତା ମହାରଣା, ଓଡ଼ିଆ ଭାଷା, ସାହତ୍ୟ ଓ ସଂସ୍କୃତି ବିଭାଗର କର୍ତ୍ତବ୍ୟରତ ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ଲକ୍ଷ୍ମୀଧର ବେହେରା, ଶାବରୀ ସାଂସ୍କୃତିକ ସଂସଦର କର୍ମକର୍ତ୍ତା, ଗୋଦାବରୀଶ ମିଶ୍ର, ହୃଦାନନ୍ଦ ଶତପଥୀ, ନୀଳମାଧବ ଦାସ, ଯଶୋବନ୍ତ ଜୈନ, ସମାଜସେବୀ ଗିରିଜା ଶଙ୍କର ମହାପାତ୍ର, ସୁବାସ ପ୍ରତିହାରୀ, ପ୍ରବୀର ମହାନ୍ତି, ରମେଶ ଚନ୍ଦ୍ର ପାତାଳସିଂହ ପ୍ରମୁଖ ଉପସ୍ଥିତ ଥିଲୋ

 

0
0
0
s2sdefault