-
୩୨୪ କୋଟି ଟଙ୍କା ମଞ୍ଜୁର, ଉପକାର ପାଇବେ ବୌଦ୍ଧର ଜନସାଧାରଣ
-
ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ : ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ
-
5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ ବୌଦ୍ଧ ଜିଲ୍ଲା ଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ, ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ପ୍ରକଳ୍ପ ଅନୁମୋଦନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ପ୍ରକଳ୍ପଟି ହେଉଛି – ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।
ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ ।








