ହେଡଲାଇନସ୍:

ଛତିଶଗଡ଼ ରାଜ୍ୟପାଳ ବିଶ୍ଵଭୂଷଣଙ୍କୁ ରାଜ୍ୟପାଳ ପଦବୀର ଆଇନା ଦେଖାଇଲା ବିଜେଡି

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ରାଜ୍ୟପାଳଙ୍କ ଭୂମିକା ନିରପେକ୍ଷ ରହୁ: ବିଜେଡି

  • ଓଡିଶାର ବିଭିନ୍ନ ପ୍ରସଙ୍ଗରେ ମତ ରଖୁଛନ୍ତି ବିଶ୍ୱଭୂଷଣ

  • ପୁଅର ରାଜନୈତିକ ଭବିଷ୍ୟତ ପାଇଁ ବିଶ୍ୱଭୂଷଣ ବ୍ୟଗ୍ର

  • ସାମ୍ବିଧାନିକ ବିଧୂ ବ୍ୟବସ୍ଥା ମଧ୍ଯରେ ରାଜ୍ୟପାଳ ରହିବା ଗ୍ରହଣୀୟ

ଭୁବନେଶ୍ୱର: ବିଗତ ୭୬ ବର୍ଷ ଧରି ଭାରତୀୟ ସ୍ବାଧୀନତା ସଂଗ୍ରାମରେ ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ରାଜ୍ୟପାଳମାନେ ଅତ୍ୟନ୍ତ ଗୁରୁତ୍ଵପୂର୍ଣ ଏବଂ ନିରପେକ୍ଷ ଭୂମିକା ଗ୍ରହଣ କରିଛନ୍ତି । ଯେତେବେଳେ ଜଣେ ଓଡ଼ିଆଙ୍କୁ ରାଜ୍ୟପାଳ ପଦରେ ନିଯୁକ୍ତି ମିଳିଥାଏ, ସେ ଆସାମର ରାଜ୍ୟପାଳ ଭାବେ ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ହୁଅନ୍ତୁ, ଝାଡଖଣ୍ଡର ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କିମ୍ବା ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ, ଯିଏ କି ଏବେ ଛତିଶଗଡର ରାଜ୍ୟପାଳ ଅଛନ୍ତି, ଆମେ ସମସ୍ତେ ସବୁବେଳେ ଖୁସି ହୋଇଛୁ ବୋଲି କହିଛନ୍ତି ବିଜେଡି ସାଂସଦ ତଥା ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।

ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମଳନୀରେ ଡକ୍ଟର ପାତ୍ର କହିଛନ୍ତି ଯେ ଭାରତୀୟ ସମ୍ବିଧାନର ଧାରା ୧୫୩ରୁ ୧୬୨ ପର୍ଯ୍ୟନ୍ତ ରାଜ୍ୟପାଳଙ୍କ ପାଇଁ ନିର୍ଦ୍ଦିଷ୍ଟ କ୍ଷମତା ଓ ସେବା ସର୍ଭାବଳୀ ରଖାଯାଇଛି । ସାମ୍ବିଧାନିକ ଦୃଷ୍ଟିରୁ ରାଜ୍ୟପାଳମାନେ ନିରପେକ୍ଷ ରହିବେ ବୋଲି ଆଶା କରାଯାଇଛି । ରାଜ୍ୟପାଳମାନେ ଅଣରାଜନୈତିକ ପଦବୀରେ ଅଧିଷ୍ଠିତ ହେଉଥିବାରୁ ରାଜ୍ୟପାଳ ପଦ ଗ୍ରହଣ କରିବା ପୂର୍ବରୁ ସେ ସମ୍ପୃକ୍ତ ଥିବା ରାଜନୈତିକ ପଦ କିମ୍ବା ରାଜନୈତିକ ଦଳରୁ ତାଙ୍କୁ ଇସ୍ତଫା ଦେବାକୁ ପଡ଼ିଥାଏ । ସେମାନେ ଏପରି କୌଣସି ବୟାନ କିମ୍ବା ମନ୍ତବ୍ୟ ନ ଦେଇ ରାଜ୍ୟପାଳ ପଦର ମର୍ଯ୍ୟାଦା ବଜାୟ ରଖିବେ ବୋଲି ଆଶା କରାଯାଉଛି ଯାହା ସେମାନଙ୍କ ପଦବୀର ମର୍ଯ୍ୟାଦା ଏବଂ ସମ୍ମାନକୁ ହ୍ରାସ କରିପାରେ ।

ତେବେ ଗତ କିଛି ଦିନ ହେବ ଦେଖିବାକୁ ମିଳୁଛି ଯେ ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ମତ ରଖୁବା ଆରମ୍ଭ କରିଛନ୍ତି ଯାହା ତାଙ୍କଠାରୁ ଆଶା କରାଯାଉନାହିଁ । ଆମେ ବୁଝିପାରୁଛୁ ଯେ ସେ ତାଙ୍କ ପୁଅ ପାଇଁ ଏକ ରାଜନୈତିକ ପଦବୀ ଖୋଜିବା ପାଇଁ ବ୍ୟଗ୍ର ଅଛନ୍ତି, ଯିଏ କି ତାଙ୍କ ଜୀବନରେ କେବେ ବି ନିର୍ବାଚନ ଜିତି ନାହାନ୍ତି ଏବଂ ପୌର ନିର୍ବାଚନରେ କାଉନସିଲରର ନିର୍ବାଚନ ମଧ୍ଯ ହାରିଛନ୍ତି ।

ମାନ୍ୟବର ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଠାରୁ ଆମେ ଆଶା କରୁଛୁ ଯେ ସେ ଓଡ଼ିଶା ଉପରେ ବିଭିନ୍ନ ପ୍ରସଙ୍ଗରେ ମତ ବ୍ୟକ୍ତ କରି ତାଙ୍କ ପଦର ମର୍ଯ୍ୟାଦା ଓ ସମ୍ମାନକୁ ହ୍ରାସ କରିବେ ନାହିଁ, ଯାହା ତାଙ୍କଠାରୁ ଆଶା କରାଯାଉନାହିଁ; ଏବଂ ଓଡ଼ିଶା ଭଳି ରାଜ୍ୟରେ ଏହା ପୂର୍ବରୁ କେବେ ବି ଦେଖୁବାକୁ ମିଳିନଥୁଲା ।

ଆସାମର ରାଜ୍ୟପାଳ ଥିବା ଶ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଝାଡଖଣ୍ଡର ରାଜ୍ୟପାଳ ଥିବା ଶ୍ରୀ ଦ୍ରୌପଦୀ ମୁର୍ମୁଙ୍କ ଭଳି ଓଡ଼ିଆଙ୍କୁ ଓଡିଶା ଦେଖୁଛି । ସେମାନେ ରାଜ୍ୟପାଳ ଥିଲେ ମଧ୍ୟ କେବେ ବି ଏପରି ଶବ୍ଦ ଉଚ୍ଚାରଣ କରିନଥିଲେ ଯାହା ସେମାନଙ୍କ ପଦ ଓ ମର୍ଯ୍ୟାଦା ପାଇଁ ଅନୁପଯୁକ୍ତ ବୋଲି ବିବେଚନା କରାଯିବ । ଏହା ହେଉଛି ଜଣେ ଭଲ ରାଜ୍ୟପାଳଙ୍କ ପ୍ରକୃତ ମାନ୍ୟତା, ଯିଏ କି ରାଜ୍ୟପାଳ ପଦର ପବିତ୍ରତା ଏବଂ ମର୍ଯ୍ୟାଦା ବଜାୟ ରଖନ୍ତି ।

ମାନ୍ୟବର ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଠାରୁ ଆମେ ଆଶା କରୁଛୁ ଯେ ଏଭଳି ବୟାନ ଦେବାରୁ ଦୂରେଇ ରହିବେ ଯାହା ତାଙ୍କ ଠାରୁ ଏବଂ ଛତିଶଗଡ଼ର ରାଜ୍ୟପାଳ ଭାବରେ ତାଙ୍କ କାର୍ଯ୍ୟାଳୟ ଠାରୁ ଆଶା କରାଯାଉନାହିଁ । ସେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଏବଂ ବର୍ତ୍ତମାନ ଛତିଶଗଡର ରାଜ୍ୟପାଳ ଭାବେ ଦାୟିତ୍ଵ ନେବା ସମୟରେ ସାମ୍ବିଧାନିକ ବିଧ ବ୍ୟବସ୍ଥା ଅନୁଯାୟୀ ଯେଉଁ ଶପଥ ନେଇଛନ୍ତି ତଦନୁଯାୟୀ ତାଙ୍କର ଦାୟିତ୍ଵ ଅଣରାଜନୈତିକ ରହିବା ଉଚିତ୍ ବୋଲି ଡକ୍ଟର ପାତ୍ର କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଡକ୍ଟର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ ।

0
0
0
s2sdefault