ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଖର୍ସଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍.କୁମାର ପ୍ରମୁଖ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଖର୍ସଡ଼ା ସମେତ ବାଗଶାଳା , ମଧୁସୂଦନପୁର , ଉପଲଡା ଓ ନମନଗଡ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୦୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୬୮ଓ ୪୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରଯାଇ ସମାଧାନ କରାଯାଇଥିଲା ଏବଂ ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍.ବୀରା ରାଜୁ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅଜୟ କୁମାର ପ୍ରଧାନ , ତହସିଲଦାର ସ୍ଥାନୀୟ ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।

0
0
0
s2sdefault