ହେଡଲାଇନସ୍:

ଝାରସୁଗୁଡା ଜିଲ୍ଲା ଲଖନ୍‌ପୁରଠାରେ ଏକ ITI ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଜିଲ୍ଲା ଖଣିଜ ପାଣ୍ଠିରୁ ୨୪.୪୮ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାର ଲଖନ୍‌ପୁରଠାରେ ଏକ ITI ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ଏବଂ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ।

ସୂଚନାଯୋଗ୍ୟ ଯେ ଝାରସୁଗୁଡା ଜିଲ୍ଲା ଏକ ଖଣିବହୁଳ ଅଞ୍ଚଳ। ଏଠାରେ ଖଣି ଉତ୍ତୋଳନ ଓ ଅନ୍ୟାନ୍ୟ ଆନୁସାଙ୍ଗିକ କାମ ପାଇଁ ଦକ୍ଷ ମାନବସମ୍ବଳର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଠାରେ ITI ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନୂତନ ITIରେ ୯ଟି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ମଞ୍ଜୁର ହୋଇଥିବା ଅର୍ଥରେ Academic ଓ Workshop Building ନିର୍ମାଣ କରାଯିବା ସହିତ ବିଭିନ୍ନ ଉପକରଣ ଓ ଯନ୍ତ୍ରପାତି କିଣାଯିବ।

0
0
0
s2sdefault