ନବରଙ୍ଗପୁର, ୩/୧୨ଅଶୋକ ସାହୁ, ଶାସକ ପ୍ରଶାସକ: ଆଜି ଭିନ୍ନକ୍ଷମ ଦିବସ (Disability Day) ଅବସରରେ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଫଳ ଓ ଚକୋଲେଟ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଶ୍ରୀଯୁକ୍ତ. ସଂଜୀବ ଦୁବେ ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ଭାବେ ପରିବାର ବିଚାବିଭାଗୀୟ ଜଜ ଡକ୍ତର ମୁନରାଣୀ ମିଶ୍ର, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ, ବରିଷ୍ଠ ଦେୱାନୀ ଜର୍ଜ ଶ୍ରୀଯୁକ୍ତ ରାଜୀବ ଲୋଚନ ସାହୁ ଓ ଆଶା କିରଣ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜଗନ୍ନାଥ ବେହେରା ଆଦି ଯୋଗ ଦେଇଥିଲେ ଓ ପିଲାଙ୍କୁ ଫଳ ଓ ଉପହାର ଦେଇ ଭିନ୍ନକ୍ଷମ ଦିବସ ପାଳନ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା ।
ରାଜ୍ୟ
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଭିନ୍ନକ୍ଷମ ଦିବସ ପାଳନ
- Hits: 271











