ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ( ଆଦିବାସୀ କଲ୍ୟାଣ ବିଭାଗ) ପରିସର ରେ ବରଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନମେଳା ର ପ୍ରସ୍ତୁତି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମିତ୍ରଭାନୁ କଛପ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷାଅଧିକାରୀ ଶ୍ରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଧୀରଜ୍ ପଟ୍ଟନାୟକ, ବ୍ଲକ୍ ଶିକ୍ଷାଅଧିକାରୀ ଶ୍ରୀ ଲୋକନାଥ ଭୋଇ, ଅତିରିକ୍ତ ବ୍ଲକ୍ ଶିକ୍ଷାଅଧିକାରୀ ଶ୍ରୀ ରାମ ସିଂ ମାଝୀ, ରାଜବୋଡାସମ୍ବର୍ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀମତୀ ଲୋଭାଦିନି ସାହୁ ଓ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ପର୍ଶୁରାମ ଧରୁଆ ଓ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ପ୍ରଧାନଶିକ୍ଷକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥିତି ରେ ଆସନ୍ତା ଡିସେମ୍ବର ୧୪ ରୁ ୧୬ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ବିଜ୍ଞାନମେଳା ର ସଫଳ ରୂପାୟନ ସମ୍ପର୍କିତ ବିଭିନ୍ନଦିଗ ଉପରେ ଆଲୋଚନା ହୋଇଥିଲା। ଶ୍ରୀ ରାଜେଶ ଖମାରୀ ସମସ୍ତଙ୍କ ସହଯୋଗ କାମନା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ।
ରାଜ୍ୟ
ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ l
- Hits: 165








